୨୦୧୪ଠାରୁ ଭାରତ ଜିତି ନାହିଁ ବଡ଼ ଟ୍ରଫି

ମାଞ୍ଚେଷ୍ଟର,୧୧ା୭(ପିଟି)- ନ୍ୟୁଜିଲାଣ୍ଡଠାରୁ ପରାଜୟ ବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ ସେମିଫାଇନାଲରୁ ବିଦାୟ ନେଇଛି। ୨୦୧୪ ପରେ ପଞ୍ଚମ ଥର ପାଇଁ କୌଣସି ଆଇସିସି ଇଭେଣ୍ଟର ସେମିଫାଇନାଲ କିମ୍ବା ଫାଇନାଲକୁ ଉନ୍ନୀତ ହୋଇଥିଲେ ମଧ୍ୟ ଟାଇଟଲ ହାତେଇବାରେ ବିଫଳ ହୋଇଛି ଭାରତ। ପୂର୍ବରୁ ବାଂଲାଦେଶରେ ଖେଳାଯାଇଥିବା ୨୦୧୪ ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଦଳ ଫାଇନାଲରେ ପ୍ରବେଶ କରିଥିଲା। ହେଲେ ଫାଇନାଲରେ ଶ୍ରୀଲଙ୍କାଠାରୁ ପରାଜିତ ହୋଇଥିଲା। ଏହାର ପର ବର୍ଷ ୨୦୧୫ ବିଶ୍ୱକପ୍‌ ସେମିଫାଇନାଲରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇ ଭାରତ ଅଭିଯାନ ଶେଷ କରିଥିଲା। ୨୦୧୬ରେ ଟି୨୦ ବିଶ୍ୱକପ୍‌ରେ ଆୟୋଜକ ଟିମ୍‌ ଇଣ୍ଡିଆ ସେମିଫାଇନାଲରେ ଓ୍ବେଷ୍ଟଇଣ୍ଡିଜଠାରୁ ହାରିଯାଇଥିଲା। ଏହାପରେ ୨୦୧୭ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଭାରତକୁ ହରାଇଥିଲା ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ। ଅନ୍ତିମ ଥର ଭାରତୀୟ ଦଳ ୨୦୧୩ ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri