୨୦୧୪ରୁ ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ୨୦୧୪ରୁ ଓଡିଶାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟାରେ କୌଣସି ହ୍ରାସ ଘଟିନାହିଁ। ମାତ୍ର ୨୦୧୪ଠାରୁ ୨୦୧୮ ମଧ୍ୟରେ ଗୋଟିଏ ବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ହ୍ରାସ ପାଇଥିବା ଜଣାପଡିଛି। ସେହିପରି ୨୦୧୫ରେ ୧କୋଟି ୧୭ଲକ୍ଷ ୮୬ଲକ୍ଷ ୧୧୭ଜଣ, ୨୦୧୬ରେ ୧କୋଟି ୨୮ଲକ୍ଷ ୪୨ହଜାର ୮୯୯ଜଣ, ୨୦୧୭ରେ ୧କୋଟି ୪୦ଲକ୍ଷ ୧୧ହଜାର ୨୨୯ଜଣ, ୨୦୧୮ରେ ୧କୋଟି ୫୨ଲକ୍ଷ ୦୮ହଜାର ୫୪୦ଜଣ ଦେଶୀୟ ପର୍ଯ୍ୟଟକ ଓଡିଶାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ବୁଲିଛନ୍ତି। ସେହିପରି ୨୦୧୪ରେ ୭୧,୪୨୬ ବିଦେଶୀ ପର୍ଯ୍ୟଟକ ଓଡିଶା ଆସିଥିଲା ବେଳେ ୨୦୧୫ରେ ଏହି ସଂଖ୍ୟା ହ୍ରାସ ପାଇ ୬୬,୯୭୧ ହୋଇଥିଲା। ୨୦୧୬ରେ ୭୬,୩୬୧, ୨୦୧୭ରେ ୧,୦୦,୦୧୪, ୨୦୧୮ରେ ୧,୧୦,୮୧୮ ବିଦେଶୀ ପର୍ଯ୍ୟଟକ ଓଡିଶା ଆସିଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କହିଛନ୍ତି। କଂଗ୍ରେସ ସଦସ୍ୟ ତାରାପ୍ରସାଦ ବାହିନୀପତିଙ୍କ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ପାଣିଗ୍ରାହୀ କହିଛନ୍ତି, କୋରାପୁଟ ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ଭିତ୍ତିଭୂମି ବିକାଶ ପାଇଁ ସରକାର ୨୦୧୪-୧୫ରୁ ୨୦୧୯-୨୦ ଆର୍ଥିକ ବର୍ଷ ମଧ୍ୟରେ ବିଭିନ୍ନ ପ୍ରକଳ୍ପ ହାତକୁ ନେଇଛନ୍ତି। ୨୦୧୪-୧୫ରୁ ୨୦୧୯-୨୦ ଆର୍ଥିକ ବର୍ଷ ମଧ୍ୟରେ କୋରାପୁଟ ଜିଲାରେ ମୋଟ ୧୩ଟି କାମ ପାଇଁ ୫କୋଟି ୦୯ଲକ୍ଷ ୪୪ହଜାର ୧୨ଟଙ୍କା ଅନୁଦାନ ମିଳିଥିବା ମନ୍ତ୍ରୀ ପାଣିଗ୍ରାହୀ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri