Posted inଜାତୀୟ

୨୦୧୬ ସେପ୍ଟେମ୍ବରରେ ହୋଇଥିଲା ପ୍ରଥମ ସର୍ଜିକାଲ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ,୨୧।୫: ସେନା ପକ୍ଷରୁ ପ୍ରଥମ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ୨୦୧୬ ସେପ୍ଟେମ୍ବର ମାସରେ କରାଯାଇଥିଲା। ଉରି ଗ୍ୟାରିଶନ୍‌ ଆକ୍ରମଣର ପ୍ରତିଶୋଧ ନେବା ଲାଗି ସେନା ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିଲା ବୋଲି ଜେନେରାଲ୍‌ ଅଫିସର କମାଣ୍ଡିଂ ଇନ୍‌ ଚିଫ୍‌, ନର୍ଦନ କମାଣ୍ଡ୍‌ ଲ୍ୟୁଟ୍‌ନାଣ୍ଟ ଜେନେରାଲ୍‌ ରଣବୀର ସିଂ ସୋମବାର ପ୍ରକାଶ କରିଛନ୍ତି।
ପ୍ରକାଶଥାଉ କି, କିଛିଦିନ ପୂର୍ବରୁ ଡିଜିଏମ୍‌ଓ ଆର୍‌ଟିଆଇ ଉତ୍ତରରେ ଏଭଳି ତଥ୍ୟ ଦେଇଥିଲା। ବାଲାକୋଟ୍‌ରେ ଭାରତୀୟ ବାୟୁସେନାର ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ସବୁଠାରୁ ସଫଳ ଥିଲା ବୋଲି ସେ କହିଛନ୍ତି। ଫେବୃୟାରୀ ୨୭ରେ ସେନା ପକ୍ଷରୁ ଜେଇଏମ୍‌ ଆତଙ୍କବାଦୀ ଆଡ୍ଡାକୁ ଟାର୍ଗେଟ କରି ଆକ୍ରମଣ କରାଯାଇଥିଲା। ପାକିସ୍ତାନ ବାୟୁ ସେନା ଭାରତ ଉପରେ ପ୍ରତିଆକ୍ରମଣ ଲାଗି ପ୍ରୟାସ କରି ଶେଷରେ ବିଫଳ ହେଲା। ପ୍ରକାଶଥାଉ କି, କିଛିଦିନ ପୂର୍ବରୁ କଂଗ୍ରେସ ପକ୍ଷରୁ ଭାରତୀୟ ସେନା ୬ଥର ସର୍ଜିକାଲ୍‌ ଷ୍ଟ୍ରାଇକ୍‌ କରିସାରିଛି ବୋଲି କହିଥିଲା। ଉପା ସରକାରବେଳେ ଏହା ସଫଳତାର କରାଯାଇଥିଲା ବୋଲି ଦାବି କରାଯାଇଥିଲା। ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ରାଜୀବ ଶୁକ୍ଳା କେବେ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ହୋଇଥିଲା ତା’ର ବିବରଣୀ ପ୍ରଦାନ କରିଥିଲେ। ଅଟଳ ବିହାରୀ ବାଜପେୟୀଙ୍କ ପ୍ରଧାନମନ୍ତ୍ରୀତ୍ୱ କାଳରେ ମଧ୍ୟ ୨ ଥର ଏଭଳି ସର୍ଜିକାଲ୍‌ ଷ୍ଟ୍ରାଇକ୍‌ କରାଯାଇଥିବା ଦର୍ଶାଯାଇଥିଲା। ହେଲେ ଏଥିରୁ ଫାଇଦା ନେବାଲାଗି ମନମୋହନ ସିଂ କିମ୍ବା ବାଜପେୟୀ ସାମ୍ବାଦିକ ସମ୍ମିଳନୀ କରି ନ ଥିଲେ ବୋଲି ଶୁକ୍ଳା ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri