୨୦୧୭ରୁ କେବିକେ ଯୋଜନା ବନ୍ଦ କରିଛି କେନ୍ଦ୍ର: ଏହି ଯୋଜନାରେ ରାଜ୍ୟ ସରକାର ପାଇଛନ୍ତି ୩୩୪୩. ୯୫ କୋଟି

ଭୁବନେଶ୍ୱର,୧।୮(ବ୍ୟୁରୋ): ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଜିଲା ପାଇଁ କେନ୍ଦ୍ର ସରକାର ୧୯୯୮ରେ କେବିକେ ଯୋଜନା ଆରମ୍ଭ କରିଥିଲେ। ୨୦୧୭ରୁ ଏହି ଯୋଜନା ବନ୍ଦ ହୋଇଯାଇଛି। ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ କେବିକେର ୮ଟି ଜିଲାରେ ବିଜୁ କେବିକେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ୧୯୯୮ରୁ ୨୦୧୭ ପର୍ଯ୍ୟନ୍ତ ରାଜ୍ୟ ସରକାର କେବିକେ ଯୋଜନାରେ କେନ୍ଦ୍ର ସରକାରଙ୍କଠାରୁ ୩୩୪୩.୯୫ କୋଟି ଟଙ୍କା ଅନୁଦାନ ପାଇଥିଲେ। ଏଥିରୁ ୩୨୮୯.୮୮ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଅବଶିଷ୍ଟ ୫୪ କୋଟି ଟଙ୍କାର କାର୍ଯ୍ୟ ଚାଲିଛି। ଏହି ଅର୍ଥରେ ଉକ୍ତ ଅଞ୍ଚଳକୁ ବିଦ୍ୟୁତ୍‌ ଶକ୍ତି ବାବଦରେ ୬୦ କୋଟି, ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ବାବଦରେ ୨୫୫ କୋଟି, ଜଳ ସମ୍ପଦ ପାଇଁ ୧୦୫ କୋଟି ଟଙ୍କା ଦିଆଯାଇଛି। ଗୁରୁବାର ପ୍ରଶ୍ନୋତ୍ତର ବେଳେ ଯୋଜନା ଏବଂ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ମୌଷଧୀ ବାଗ୍‌ ମୂଳପ୍ରଶ୍ନରେ ପଚାରିଥିଲେ ଯେ, ଗତ ୫ ବର୍ଷରେ କେନ୍ଦ୍ର ସରକାର କେବିକେ ଯୋଜନା ପାଇଁ ପଞ୍ଚାୟତିରାଜ ବିଭାଗକୁ ଦାବି ତୁଳନାରେ କେତେ ଅନୁଦାନ ଦେଇଛନ୍ତି। ମନ୍ତ୍ରୀ କହିଥିଲେ, କେବିକେ ଜିଲା ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଯୋଜନାରେ ଗତ ୫ ବର୍ଷରେ ୭୫୦ କୋଟି ଟଙ୍କା ଅନୁଦାନ ପାଇବାକୁ ବାକି ରହିଛି। ୨୦୧୪-୧୫ରୁ ୨୦୧୬-୧୭ ମଧ୍ୟରେ ଏହି ଅର୍ଥ ମିଳିନାହିଁ। ୨୦୧୭-୧୮ରୁ କେନ୍ଦ୍ର ସରକାର ଏହି ଯୋଜନାକୁ ବନ୍ଦ କରିଦେଇଛନ୍ତି। କଂଗ୍ରେସ ସଭ୍ୟ ସନ୍ତୋଷ ସିଂ ସାଲୁଜା ଅତିରିକ୍ତ ପ୍ରଶ୍ନରେ କହିଥିଲେ ଯେ, ତତ୍କାଳୀନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓ କେବିକେ ଯୋଜନା ଆରମ୍ଭ କରିଥିଲେ। ଏଥିପାଇଁ କେନ୍ଦ୍ର ସରକାର ୯୦ ପ୍ରତିଶତ ଓ ରାଜ୍ୟ ସରକାର ୧୦ ପ୍ରତିଶତ ଖର୍ଚ୍ଚ ବହନ କରୁଥିଲେ। କେଉଁ ଉଦ୍ଦେଶ୍ୟରେ ଏହାକୁ ବନ୍ଦ କରାଗଲା? ରାଜ୍ୟ ସରକାର ଭାଜପା ପରିଚାଳିତ ଏନ୍‌ଡିଏ ସରକାରଙ୍କୁ ଟ୍ରିପଲ ତଲାକ୍‌ଠାରୁ ଆରମ୍ଭକରି ବିଭିନ୍ନ କ୍ଷେତ୍ରରେ ସହଯୋଗ କରୁଛନ୍ତି। ଏପରିକି ତାଙ୍କୁ ରାଜ୍ୟ ସଭା ସଦସ୍ୟ ଉପହାର ଦେଇଛନ୍ତି। କେବିକେ ଅଞ୍ଚଳର ୮୦ ବ୍ଲକ୍‌ରେ ବିକାଶ କେମିତି ହେବ ସେ ନେଇ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରନ୍ତୁ ବୋଲି କହିଥିଲେ। କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି କେବିକେ ଯୋଜନା ବାବଦରେ ରାଜ୍ୟ ସରକାର କେନ୍ଦ୍ରଠାରୁ କେତେ ଟଙ୍କା ପାଇଛନ୍ତି ଓ କେଉଁ କେଉଁ ବାବଦରେ ଏହି ଅର୍ଥ ଖର୍ଚ୍ଚ କରାଯାଇଛି । କଂଗ୍ରେସ ସଭ୍ୟ ନରସିଂହ ମିଶ୍ର ଅତିରିକ୍ତ ପ୍ରଶ୍ନରେ କହିଥିଲେ ଯେ, ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଜିଲା ସମଗ୍ର ଦେଶରେ ପଛୁଆ। ବର୍ତ୍ତମାନର କେନ୍ଦ୍ର ସରକାର ବୃହତ୍‌ ଜଳସେଚନ, ସ୍କୁଲ, କଲେଜ, କୋଠା ଆଦି ତିଆରି କରିଛନ୍ତି କି? କେବିକେ ଯୋଜନା ପାଇଁ ଓଡ଼ିଶା ସରକାର ଯେଉଁ ଅର୍ଥ ଦେଉଛନ୍ତି ତାହା ରାଜନୈତିକ କର୍ମୀଙ୍କୁ ନ ଦେଇ ଟେଣ୍ଡର ଜରିଆରେ ଖର୍ଚ୍ଚ କରାଯାଉ ବୋଲି ସେ କହିଥିଲେ। ମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାର କେବିକେ ଜିଲାରେ ବିଜୁ କେବିକେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସେହି ଅଞ୍ଚଳର ଶିକ୍ଷା, ଜଳସେଚନ ଓ ପିଇବା ପାଣି ପାଇଁ ଏହି ଯୋଜନାରେ ବ୍ୟୟ ବରାଦ ହେଉଛି। ଏହି ଜିଲାଗୁଡ଼ିକ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଧ୍ୟାନ ଦେଉଛନ୍ତି। ସମସ୍ତ ପ୍ରକଳ୍ପ ୨ ଲକ୍ଷ ଟଙ୍କାରୁ କମ୍‌ ହେବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri