୨୦୧୭ରୁ କେବିକେ ଯୋଜନା ବନ୍ଦ କରିଛି କେନ୍ଦ୍ର: ଏହି ଯୋଜନାରେ ରାଜ୍ୟ ସରକାର ପାଇଛନ୍ତି ୩୩୪୩. ୯୫ କୋଟି

ଭୁବନେଶ୍ୱର,୧।୮(ବ୍ୟୁରୋ): ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଜିଲା ପାଇଁ କେନ୍ଦ୍ର ସରକାର ୧୯୯୮ରେ କେବିକେ ଯୋଜନା ଆରମ୍ଭ କରିଥିଲେ। ୨୦୧୭ରୁ ଏହି ଯୋଜନା ବନ୍ଦ ହୋଇଯାଇଛି। ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ କେବିକେର ୮ଟି ଜିଲାରେ ବିଜୁ କେବିକେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ୧୯୯୮ରୁ ୨୦୧୭ ପର୍ଯ୍ୟନ୍ତ ରାଜ୍ୟ ସରକାର କେବିକେ ଯୋଜନାରେ କେନ୍ଦ୍ର ସରକାରଙ୍କଠାରୁ ୩୩୪୩.୯୫ କୋଟି ଟଙ୍କା ଅନୁଦାନ ପାଇଥିଲେ। ଏଥିରୁ ୩୨୮୯.୮୮ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଅବଶିଷ୍ଟ ୫୪ କୋଟି ଟଙ୍କାର କାର୍ଯ୍ୟ ଚାଲିଛି। ଏହି ଅର୍ଥରେ ଉକ୍ତ ଅଞ୍ଚଳକୁ ବିଦ୍ୟୁତ୍‌ ଶକ୍ତି ବାବଦରେ ୬୦ କୋଟି, ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ବାବଦରେ ୨୫୫ କୋଟି, ଜଳ ସମ୍ପଦ ପାଇଁ ୧୦୫ କୋଟି ଟଙ୍କା ଦିଆଯାଇଛି। ଗୁରୁବାର ପ୍ରଶ୍ନୋତ୍ତର ବେଳେ ଯୋଜନା ଏବଂ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ମୌଷଧୀ ବାଗ୍‌ ମୂଳପ୍ରଶ୍ନରେ ପଚାରିଥିଲେ ଯେ, ଗତ ୫ ବର୍ଷରେ କେନ୍ଦ୍ର ସରକାର କେବିକେ ଯୋଜନା ପାଇଁ ପଞ୍ଚାୟତିରାଜ ବିଭାଗକୁ ଦାବି ତୁଳନାରେ କେତେ ଅନୁଦାନ ଦେଇଛନ୍ତି। ମନ୍ତ୍ରୀ କହିଥିଲେ, କେବିକେ ଜିଲା ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଯୋଜନାରେ ଗତ ୫ ବର୍ଷରେ ୭୫୦ କୋଟି ଟଙ୍କା ଅନୁଦାନ ପାଇବାକୁ ବାକି ରହିଛି। ୨୦୧୪-୧୫ରୁ ୨୦୧୬-୧୭ ମଧ୍ୟରେ ଏହି ଅର୍ଥ ମିଳିନାହିଁ। ୨୦୧୭-୧୮ରୁ କେନ୍ଦ୍ର ସରକାର ଏହି ଯୋଜନାକୁ ବନ୍ଦ କରିଦେଇଛନ୍ତି। କଂଗ୍ରେସ ସଭ୍ୟ ସନ୍ତୋଷ ସିଂ ସାଲୁଜା ଅତିରିକ୍ତ ପ୍ରଶ୍ନରେ କହିଥିଲେ ଯେ, ତତ୍କାଳୀନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓ କେବିକେ ଯୋଜନା ଆରମ୍ଭ କରିଥିଲେ। ଏଥିପାଇଁ କେନ୍ଦ୍ର ସରକାର ୯୦ ପ୍ରତିଶତ ଓ ରାଜ୍ୟ ସରକାର ୧୦ ପ୍ରତିଶତ ଖର୍ଚ୍ଚ ବହନ କରୁଥିଲେ। କେଉଁ ଉଦ୍ଦେଶ୍ୟରେ ଏହାକୁ ବନ୍ଦ କରାଗଲା? ରାଜ୍ୟ ସରକାର ଭାଜପା ପରିଚାଳିତ ଏନ୍‌ଡିଏ ସରକାରଙ୍କୁ ଟ୍ରିପଲ ତଲାକ୍‌ଠାରୁ ଆରମ୍ଭକରି ବିଭିନ୍ନ କ୍ଷେତ୍ରରେ ସହଯୋଗ କରୁଛନ୍ତି। ଏପରିକି ତାଙ୍କୁ ରାଜ୍ୟ ସଭା ସଦସ୍ୟ ଉପହାର ଦେଇଛନ୍ତି। କେବିକେ ଅଞ୍ଚଳର ୮୦ ବ୍ଲକ୍‌ରେ ବିକାଶ କେମିତି ହେବ ସେ ନେଇ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରନ୍ତୁ ବୋଲି କହିଥିଲେ। କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି କେବିକେ ଯୋଜନା ବାବଦରେ ରାଜ୍ୟ ସରକାର କେନ୍ଦ୍ରଠାରୁ କେତେ ଟଙ୍କା ପାଇଛନ୍ତି ଓ କେଉଁ କେଉଁ ବାବଦରେ ଏହି ଅର୍ଥ ଖର୍ଚ୍ଚ କରାଯାଇଛି । କଂଗ୍ରେସ ସଭ୍ୟ ନରସିଂହ ମିଶ୍ର ଅତିରିକ୍ତ ପ୍ରଶ୍ନରେ କହିଥିଲେ ଯେ, ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଜିଲା ସମଗ୍ର ଦେଶରେ ପଛୁଆ। ବର୍ତ୍ତମାନର କେନ୍ଦ୍ର ସରକାର ବୃହତ୍‌ ଜଳସେଚନ, ସ୍କୁଲ, କଲେଜ, କୋଠା ଆଦି ତିଆରି କରିଛନ୍ତି କି? କେବିକେ ଯୋଜନା ପାଇଁ ଓଡ଼ିଶା ସରକାର ଯେଉଁ ଅର୍ଥ ଦେଉଛନ୍ତି ତାହା ରାଜନୈତିକ କର୍ମୀଙ୍କୁ ନ ଦେଇ ଟେଣ୍ଡର ଜରିଆରେ ଖର୍ଚ୍ଚ କରାଯାଉ ବୋଲି ସେ କହିଥିଲେ। ମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାର କେବିକେ ଜିଲାରେ ବିଜୁ କେବିକେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସେହି ଅଞ୍ଚଳର ଶିକ୍ଷା, ଜଳସେଚନ ଓ ପିଇବା ପାଣି ପାଇଁ ଏହି ଯୋଜନାରେ ବ୍ୟୟ ବରାଦ ହେଉଛି। ଏହି ଜିଲାଗୁଡ଼ିକ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଧ୍ୟାନ ଦେଉଛନ୍ତି। ସମସ୍ତ ପ୍ରକଳ୍ପ ୨ ଲକ୍ଷ ଟଙ୍କାରୁ କମ୍‌ ହେବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri