Posted inଜାତୀୟ

୨୦୧୮ରେ ଆସିଛି ଅଧିକ ସାମୁଦ୍ରିକ ଝଡ଼: ୭ ବାତ୍ୟା ନେଇଛି ୩ଶହ ୪୩ ଜୀବନ

ନୂଆଦିଲ୍ଲୀ,୧୨।୬: ଦେଶରେ ୧୯୬୭ଠାରୁ ବର୍ତ୍ତମାନ ସୁଦ୍ଧା ୫୨ ବର୍ଷ ମଧ୍ୟରେ ୧୨୧ ସାମୁଦ୍ରିକ ଝଡ଼ ଆସିଛି। ସେଥିମଧ୍ୟରୁ ୨୦୧୮ରେ ଅଧିକ ଝଡ଼ ହୋଇଛି। ଏଥିରେ ୩ ଶହ୪୩ ଲୋକଙ୍କ ମୃତ୍ୟୁ ଘଟିଥିବା ଭାରତୀୟ ପରିସଂଖ୍ୟାନ ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ ହୋଇଛି। ଏହି ଝଡ଼ ଯୋଗୁ ଗତବର୍ଷ ଅନେକ କ୍ଷୟ କ୍ଷତି ହୋଇଛି। ଗତବର୍ଷ ମେ ରେ ୨ଟି, ସେପ୍ଟେମ୍ବରରେ ୧, ଅକ୍ଟୋବରରେ ୨, ନଭେମ୍ବରରେ ୧ ଏବଂ ଡିସେମ୍ବରରେ ୧ ସାମଦ୍ରିକ ଝଡ଼ ଆସିଥିଲା। ସେପ୍ଟେମ୍ବର ୧୯ରେ ପଶ୍ଚିମବଙ୍ଗରେ ହୋଇଥିା ଡେ’ରେ ୨୫ ଜଣ ଲୋକଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଅକ୍ଟୋବରରେ ଆସିଥିବା ତିତ୍‌ଲିରେ ଓଡ଼ିଶାର ୭୭ ଏବଂ ଆନ୍ଧ୍ରପ୍ରଦେଶର ୮ ଜଣଙ୍କର ମୃତ୍ୟୁ ହୋଇଥିଲା। ନଭେମ୍ବର ୧୦ରେ ଗାଜା ବାତ୍ୟାରେ ୫୨ ଜଣଙ୍କର ମୃତ୍ୟୁ ହୋଇଥିଲା। ସେହିପରି ଡିସେମ୍ବର ୧୩ରେ ପେଥାଇ ବାତ୍ୟା ଯୋଗୁ ଆନ୍ଧ୍ରପ୍ରଦେଶର ୮ଲୋକଙ୍କର ମୃତ୍ୟୁ ଘଟିଥିଲା। ରିପୋର୍ଟ ଅନୁସାରେ ଗତବର୍ଷ ଦେଖାଦେଇଥିବା ପ୍ରାକୃତିକ ବିପର୍ଯ୍ୟୟରେ ୨ ହଜାର ୫୭ ଲୋକଙ୍କର ମୃତ୍ୟୁ ଘଟିଥିବାବେଳେ ୪୬ ହଜାର ୮ ଶହ ୮୮ ଗୃହପାଳିତ ପ୍ରାଣୀଙ୍କର ମୃତ୍ୟୁ ଘଟିଥିଲା। ସେହିପରି ୯ଲକ୍ଷ ୧୫ ହଜାର ୮ଶହ ୭୮ ଘର ଭାଙ୍ଗିରୁଜି ଯାଇଥିଲା। ୨୦୧୮ର ଶେଷ ୪ ମାସ ମଧ୍ୟରେ ଅଧିକ ସାମୁଦ୍ରିକ ଝଡ଼ ଆସିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ୨୦୧୭ରେ ହୋଇଥିବା ପ୍ରାକୃତିକ ବିପର୍ଯ୍ୟୟରେ ଏକ ହଜାର ୪ଶହ ୮୭ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିପରି ୪୧ ହଜାର ୯ଶହ ୬୫ ଗୃହପାଳିତ ପଶୁଙ୍କ ମୃତ୍ୟୁ ହୋଇଥିବାବେଳେ ୫ଲକ୍ଷ ୪୬ ହଜାର ୫ଶହ ୧୮ ଘର ଭାଙ୍ଗିରୁଜି ଯାଇଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri