୨୦୧୮-୧୯ ଆର୍ଥିକବର୍ଷରେ ଖର୍ଚ୍ଚ ହୋଇପାରିନି ବିଧାୟକ ପାଣ୍ଠି

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବିଧାୟକମାନଙ୍କ ପାଣ୍ଠି ବୃଦ୍ଧି କରିବା ନେଇ ରାଜ୍ୟ ସରକାର କୌଣସି ଚିନ୍ତା କରି ନାହାନ୍ତି। ଏନେଇ କିଛି ନିଷ୍ପତ୍ତି ନିଆଯାଇନାହିଁ। ବାରମ୍ବାର ବିଧାୟକମାନେ ସେମାନଙ୍କ ପାଣ୍ଠି ବୃଦ୍ଧି ପାଇଁ କହିଆସୁଥିଲେ ମଧ୍ୟ ଏନେଇ କିଛି ନିଷ୍ପତ୍ତି ହୋଇ ନ ଥିବା ଜଣାପଡିଛି। ଅନ୍ୟପଟେ ଗତ ଆର୍ଥିକ ବର୍ଷ ୨୦୧୮-୧୯ରେ ଯେତିକି ବିଧାୟକ ପାଣ୍ଠି ଏବଂ ସ୍ପେଶାଲ ଡେଭଲପ୍‌ମେଣ୍ଟ ପ୍ରୋଗ୍ରାମ(ଏସ୍‌ଡିପ) ପାଇଁ ପାଣ୍ଠିର ବ୍ୟୟ ବରାଦ ହୋଇଥିଲା ତାହା ସମ୍ପୂର୍ଣ୍ଣ ଖର୍ଚ୍ଚ ହୋଇପାରି ନ ଥିବା ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ବିଧାନସଭା ସଦସ୍ୟ ମନୋହର ରନ୍ଧାରୀଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ବେହେରା କହିଛନ୍ତି, ଗତ ଆର୍ଥିକ ବର୍ଷ ୨୦୧୮-୧୯ରେ ଏମ୍‌ଏଲ୍‌ଏ ଲାଡ୍‌ ପାଇଁ ୧୪୭ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା। ମାତ୍ର ସେଥିରୁ ୫୬.୫୨କୋଟି ଟଙ୍କା ଖର୍ଚ୍ଚ କରାଯାଇଥିବା ବେଳେ ୭୩.୫୦କୋଟି ଟଙ୍କା ପଡିରହିଛି। ସେହିପରି ଏସ୍‌ଡିପି ପାଇଁ ୨୦୧୮-୧୯ ଆର୍ଥିକ ବର୍ଷରେ ୭୩.୫୦କୋଟି ଟଙ୍କା ବ୍ୟୟବରାଦ ହୋଇଥିଲା। ସେଥିରୁ ଗତ ଆର୍ଥିକ ବର୍ଷରେ ମାତ୍ର ୨୯.୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇପାରିଛି। ଏସ୍‌ଡିପି ପାଇଁ ବ୍ୟୟବରାଦ ଅନୁଦାନରୁ ମଧ୍ୟ ୪୪କୋଟି ଟଙ୍କା ଖର୍ଚ୍ଚ ହୋଇପାରି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri