୨୦୧୯ରେ ସବୁଠୁ ବେଶି ବଦଳିଛି ପାଗ

ନୂଆଦିଲ୍ଲୀ: ଭାରତରେ ବିଶ୍ୱତାପନ(ଗ୍ଲୋବାଲ୍‌ ଓ୍ବାର୍ମିଂ)ର ପ୍ରଭାବ ସ୍ପଷ୍ଟ ଅନୁଭୂତ। ୧୯୦୧ ମସିହା ପରେ ୨୦୧୯ ଭାରତରେ ସପ୍ତମ ଉତ୍ତପ୍ତ ବର୍ଷ ଥିଲା। ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ(ଆଇଏମ୍‌ଡି) ପକ୍ଷରୁ ନିକଟରେ ମିଳିଥିବା ତଥ୍ୟରୁ ଏହା ଜଣାପଡ଼ିଛି। ଦେଶରେ ୨୦୧୬କୁ ସର୍ବାଧିକ ଉତ୍ତପ୍ତ ବର୍ଷଭାବେ ପୂର୍ବରୁ ରେକର୍ଡ କରାଯାଇଥିବାବେଳେ ଗତବର୍ଷ ଏହାଠାରୁ ମଧ୍ୟ ଅଧିକ ଗରମ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ଇତିହାସର ସବୁଠାରୁ ଉତ୍ତପ୍ତ ଦଶକ ଶେଷ ହୋଇଥିବା ମଧ୍ୟ କୁହାଯାଇଛି। କୋପର୍‌ନିକସ୍‌ କ୍ଲାଇମେଟ୍‌ ଚେଞ୍ଜ ସର୍ଭିସ୍‌ ଦ୍ୱାରା ଜାରି ତଥ୍ୟ ଅନୁଯାୟୀ, ୨୦୧୬ ପରେ ୨୦୧୯ରେ ପୁଣି ତାପମାତ୍ରା ବଢ଼ିଛି। ବିଶେଷକରି ‘ଏଲ୍‌ ନିନୋ’ର ପ୍ରଭାବକୁ ଏଥିପାଇଁ ଦାୟୀ ମନେ କରାଯାଉଛି। ଆଇଏମ୍‌ଡି ତଥ୍ୟ ପ୍ରକାରେ ୨୦୧୯ରେ ସମଗ୍ର ଦେଶରେ ତାପମାତ୍ରା ସାମାନ୍ୟଠାରୁ ୦.୩୬ ଡିଗ୍ରୀ ସେଲ୍‌ସିୟସ୍‌ ଊର୍ଦ୍ଧ୍ୱରେ ରହିଥିଲା। ଗୁରୁତ୍ୱପୂର୍ଣ୍ଣ ବିଷୟ ଏହା ଯେ, ୨୦୧୯ରେ କେବଳ ଗ୍ରୀଷ୍ମ ପ୍ରଭାବ ନୁହେଁ ବିଗତ ୨୫ ବର୍ଷ ମଧ୍ୟରେ ସବୁଠାରୁ ଅଧିକ ମୌସୁମୀ ବର୍ଷା, ୮ ବାତ୍ୟା ଏବଂ ଡିସେମ୍ବରରେ ଉତ୍ତର ଭାରତରେ ରେକର୍ଡ ମାତ୍ରାରେ ଥଣ୍ଡା(ଦିନରେ) ହୋଇଥିବା ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ତଥ୍ୟ ଭାରତ ପାଇଁ ଯେ ନିଶ୍ଚିତ ସତର୍କ ସଙ୍କେତ, ଏହାକୁ ଏଡ଼ାଇ ଦିଆଯାଇ ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri