୨୦୨୦ରେ ଏକ୍‌ଜିକ୍ୟୁଟିଭ ପଦ ଛାଡିବେ ରିଶଦ ପ୍ରେମଜୀ

ବେଙ୍ଗାଲୁରୁ,୨୩-୬: ଦେଶର ଚତୁର୍ଥ ସର୍ବବୃହତ ଆଉଟ୍‌ସୋର୍ସ କମ୍ପାନୀ ଓ୍ବିପ୍ରୋର ଅଧ୍ୟକ୍ଷ ଭାବେ ମନୋନୀତ ହୋଇଥିବା ରିଶଦ ପ୍ରେମଜୀ ୨୦୨୦ରେ ଏକ୍‌ଜିକ୍ୟୁଟିଭ ପଦ ଛାଡ଼ିବେ ବୋଲି କମ୍ପାନୀ ପକ୍ଷରୁ ସଙ୍କେତ ଦିଆଯାଇଛି। ସିକ୍ୟୁରିଟିଜ ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ୍‌ ଇଣ୍ଡିଆ(ସେବି)ର ନୂଆ ନିୟମ ଅନୁଯାୟୀ, ତାଲିକାଭୁକ୍ତ କମ୍ପାନୀର ଅଧ୍ୟକ୍ଷ, ଏକ୍‌ଜିକ୍ୟୁଟିଭ ପଦରେ ରହିପାରିବେ ନାହିଁ। ଚଳିତବର୍ଷ ଜୁଲାଇ ୩୦ରେ ଅଜିମ ପ୍ରେମ୍‌ଜୀ ଓ୍ବିପ୍ରୋ ଅଧ୍ୟକ୍ଷ ପଦରୁ ଅବସର ନେବେ। ତାଙ୍କ ସ୍ଥାନରେ ରିଶଦ ତହିଁ ପରଦିନ ଏହି ପଦରେ ଅଧିଷ୍ଠିତ ହେବେ। ସୂଚନାଯୋଗ୍ୟ ଯେ, ୨୦୨୦ ଏପ୍ରିଲରୁ ତାଲିକାଭୁକ୍ତ କମ୍ପାନୀର ଅଧ୍ୟକ୍ଷ ଜଣେ ଅଣ ଏକ୍‌ଜିକ୍ୟୁଟିଭ ହଁି ହେବେ ବୋଲି ସେବି ପକ୍ଷରୁ ନୂଆ ନିୟମ ଧାର୍ଯ୍ୟ କରାଯାଇଛି। କମ୍ପାନୀ ପକ୍ଷରୁ ପ୍ରକାଶିତ ୨୦୧୮-୧୯ର ବାର୍ଷିକ ରିପୋର୍ଟରେ କୁହାଯାଇଛି ଯେ, ଚଳିତ ବର୍ଷ ଜୁଲାଇ ୩୧ରୁ ୨୦୨୪ ଜୁଲାଇ ୩୦ ପର୍ଯ୍ୟନ୍ତ ୫ବର୍ଷ ଲାଗି ରିଶଦ ପ୍ରେମ୍‌ଜୀଙ୍କୁ କମ୍ପାନୀର ଫୁଲ୍‌ଟାଇମ୍‌ ଡାଇରେକ୍ଟର ଭାବେ ନିଯୁକ୍ତ କରାଯିବ। ଏହା ଲାଗୁ ହେବା ପରେ ୭୪ ପ୍ରତିଶତ ଭୋଟିଂ ଅଧିକାର ରହିବା ସତ୍ତ୍ୱେ ପ୍ରମୋଟର ପରିବାରର କମ୍ପାନୀ ପରିଚାଳନାରେ କୌଣସି ଭୂମିକା ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri