Posted inଖେଳ

୨୦୨୦ ଅଲିମ୍ପିକ୍ସରୁ ୩ ଅଷ୍ଟ୍ରେଲୀୟ ଫୁଟବଲର ବାଦ୍‌ ପଡିଲେ

ସିଡ୍‌ନୀ, ୨୦।୧୧(ଏଏଫ୍‌ପି)- ଅଷ୍ଟ୍ରେଲିଆର ୩ଜଣ ୨୩ ବର୍ଷରୁ କମ୍‌ ଫୁଟବଲର ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସରୁ ବାଦ୍‌ ପଡିଛନ୍ତି। କାମ୍ବୋଡିଆରେ ଜଣେ ମହିଳା ଏମାନଙ୍କ ବିରୋଧରେ ଅଭିଯୋଗ ଆଣିବାରୁ ଆସନ୍ତାବର୍ଷ ଅଗଷ୍ଟ ପର୍ଯ୍ୟନ୍ତ ଏମାନଙ୍କୁ ବାସନ୍ଦ କରାଯାଇଛି। ଫଳରେ ଏମାନେ ସ୍ବତଃ ଅଲିମ୍ପିକ୍ସରୁ ବାଦ୍‌ ପଡିଛନ୍ତି। ଏହି ୩ଜଣ ଫୁଟବଲର ହେଲେ ନାଥାନିଏଲ ଅଟକିନ୍‌ସନ, ଲାଚଲାନ ଓ୍ବେଲ୍ସ ଓ ବ୍ରାଣ୍ଡନ ଓ୍ବିଲିସନ। ଗତ ମାର୍ଚ୍ଚରେ କାମ୍ବୋଡିଆରେ ଏଏଫ୍‌ସି ୨୩ ବର୍ଷରୁ କମ୍‌ ଚାମ୍ପିୟନଶିପ୍‌ କ୍ୱାଲିଫାଇଙ୍ଗ୍‌ ଟୁର୍ନାମେଣ୍ଟ ଖେଳିବା ଅବସରରେ ଏହି ୩ ଖେଳାଳି ଆଚରଣବିଧି ଉଲ୍ଲଂଘନ କରିବା ନେଇ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅଣ ପେସାଦାର ଆଚରଣ ପ୍ରଦର୍ଶନ କରିଥିବାରୁ ଏମାନଙ୍କୁ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଜାତୀୟ ଦଳରୁ ବାସନ୍ଦ କରାଯାଇଛି। ସେହିପରି ରିଲେ ମ୍ୟାକ- ଗ୍ରୀ ନାମକ ଆଉ ଜଣେ ଫୁଟବଲରଙ୍କୁ ଏପ୍ରିଲ ୧’ ତାରିଖ ପର୍ଯ୍ୟନ୍ତ ବାସନ୍ଦ କରାଯାଇଛି ବୋଲି ଫୁଟବଲ ଫେଡେରେଶନ ଅଫ୍‌ ଅଷ୍ଟ୍ରେଲିଆ (ଏଫ୍‌ଏଫ୍‌ଏ) ତରଫରୁ କୁହାଯାଇଛି। ଏହି ଖେଳାଳିମାନଙ୍କ ବିରୋଧରେ ଜଣେ ମହିଳା ଅସଦ୍‌ ଆଚରଣ ପ୍ରଦର୍ଶନ କରିବା ନେଇ ଅଭିଯୋଗ ଆଣିଥିଲେ। ଏ ସଂକ୍ରାନ୍ତରେ ଅଧିକ କିଛି ତଥ୍ୟ ମିଳନାହିଁ। ସମ୍ମାନ ଓ ଦାୟିତ୍ୱବୋଧତା ନେଇ କୌଣସି ବୁଝାମଣା କରାଯିବ ନାହିଁ ବୋଲି ଏଫ୍‌ଏଫ୍‌ଏ ତରଫରୁ କୁହାଯାଇଛି। ତେବେ ବାସନ୍ଦାଦେଶ ବିରୋଧରେ ଅପିଲ କରିବାର ଅଧିକାର ଖେଳାଳିଙ୍କର ରହିଛି ବୋଲି ଏଫ୍‌ଏଫ୍‌ଏ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri