୨୦୨୦ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ଆବଶ୍ୟକ ଅର୍ଥ ନାହିଁ : ଜିଲାପାଳଙ୍କୁ ଭେଟି ସହାୟତା ଲୋଡ଼ିଲେ ଆଥଲେଟ ଜଉନା ମୁର୍ମୁ

ବାରିପଦା ଅଫିସ,୩୧ା୧୦- ୨୦୨୦ ଟୋକିଓରେ ହେବାକୁ ଥିବା ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେବାକୁ ଅନ୍ତର୍ଜାତୀୟସ୍ତରୀୟ ଆଥଲେଟ ଜଉନା ମୁର୍ମୁଙ୍କ ନିକଟରେ ସମ୍ବଳ ନାହିଁ। ଏହି ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେବାକୁ ପ୍ରାୟ ୪୦ ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି। ହେଲେ ତାଙ୍କୁ କେହିି ପ୍ରୋତ୍ସାହନକାରୀ ମିଳି ନ ଥିବାରୁ ବୁଧବାର ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ସେ ସାକ୍ଷାତ କରି ସହଯୋଗ କରିବାକୁ ଅନୁରୋଧ କରିଛନ୍ତି। ରାଜ୍ୟର ବିଭିନ୍ନ ଶିଳ୍ପ ସଂସ୍ଥା ଜରିଆରେ ତାଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବାକୁ କହିଛନ୍ତି। ଜିଲାପାଳ ଭରଦ୍ୱାଜ ମଧ୍ୟ ତାଙ୍କୁ ଆବଶ୍ୟକ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ରାଜ୍ୟ ସରକାର ରାଜ୍ୟରେ କ୍ରୀଡ଼ାର ବିକାଶ ପାଇଁ ବହୁ କାର୍ଯ୍ୟକ୍ରମ କରୁଥିବା ବେଳେ ଜଣେ ଅନ୍ତର୍ଜାତୀୟସ୍ତରୀୟ କ୍ରୀଡ଼ାବିତଙ୍କ ଏଭଳି ଅବସ୍ଥା ସରକାରଙ୍କ ବିଫଳତାକୁ ପଦାରେ ପକାଇଛି।
ବଣ ପାହାଡ଼ଘେରା ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅଧୀନ ବଡକୁରୁମ ଗାଁର ଏକ ଚାଷୀ ପରିବାରରେ ୧୬ ଅଗଷ୍ଟ ୧୯୯୦ରେ ଜଉନାଙ୍କ ଜନ୍ମ। ବାପା ପୁରନ୍ଦର ମୁର୍ମୁ ଓ ମା’ କାପୁରାଙ୍କ ୫ ସନ୍ତାନ ମଧ୍ୟରୁ ସେ ତୃତୀୟ। ପରିବାରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିବାରୁ ସ୍କୁଲ ଜୀବନରୁ ତାଙ୍କୁ ସଂଘର୍ଷ କରିବାକୁ ପଡ଼ିଥିଲା। ସରକାରୀ ପ୍ରୋତ୍ସାହନ ତଥା ପ୍ରଶିକ୍ଷଣର ଅଭାବ ସତ୍ତ୍ୱେ ସେ ତାଙ୍କ ପ୍ରୟାସ ଜାରି ରଖି ଜଣେ ସଫଳ ଆଥଲେଟ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ମାତ୍ର ଅର୍ଥାଭାବ ଯୋଗୁ ଆଗକୁ ବଢ଼ିବା ତାଙ୍କ ପକ୍ଷେ ଅସମ୍ଭବ ହୋଇପଡ଼ିଛି। ଜଉନା କହିଛନ୍ତି ଯେ, କିଛି ବର୍ଷ ହେବ ସ୍ପୋଟର୍‌ସ କୋଟାରେ ଓଏନଜିସି (ଅଏଲ ଆଣ୍ଡ ନେଚୁରାଲ ଗ୍ୟାସ କର୍ପୋରେଶନ)ରେ ଚାକିରି କରୁଛନ୍ତି। ତେବେ ମିଳୁଥିବା ଦରମା ତାଙ୍କ ପ୍ରଶିକ୍ଷଣ ପାଇଁ ପର୍ଯ୍ୟାପ୍ତ ହୋଇପାରୁ ନାହିଁ। ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ଡିଏସପି ର଼୍ୟାଙ୍କର ଚାକିରି ପାଇଁ ସମସ୍ତ ଯୋଗ୍ୟତା ଥାଇ ମଧ୍ୟ ଜଉନା ଏଥିରୁ ବାଦ ପଡିଛନ୍ତି। ରାଜ୍ୟ ସରକାର ଅନ୍ୟ କ୍ରୀଡ଼ାବିତମାନଙ୍କୁ ଏହି ପଦବୀରେ ଅବସ୍ଥାପିତ କରୁୁଥିବା ବେଳେ ଜଉନା କିନ୍ତୁ ଏଥିରୁ ବାଦ୍‌ ପଡିଛନ୍ତି। ପ୍ରାୟ ୪ ବର୍ଷ ପୂର୍ବେ ତାଙ୍କୁ କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲେ ମଧ୍ୟ ତାହା ଏଯାଏ ପୂରଣ କରିବାକୁ ଆନ୍ତରିକତା ପ୍ରକାଶ ପାଉନାହିଁ। ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ (ମାସା)ର ରାଜ୍ୟ ସଭାପତି ଶୁକଲାଲ ମାରାଣ୍ଡି ଏହି ଘଟଣାରେ ମତ ରଖି ରାଜ୍ୟ କ୍ରୀଡ଼ା ବିଭାଗ ଜଣେ ଉଦୀୟମାନ କ୍ରୀଡ଼ାବିତଙ୍କୁ ଅବହେଳା କରୁଛି ଓ ଜଉନାଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବା ପାଇଁ ସରକାର ତଥା ଜିଲା ପ୍ରଶାସନ ଯତ୍ନବାନ ହେବା ଆବଶ୍ୟକ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri