୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର, ୨୦-୯(ବ୍ୟୁରୋ):୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ ଆୟୋଜିତ ଏକ ସମୀକ୍ଷା ବୈଠକ ପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗୁରୁବାର ଏହି ସୂଚନା ଦେଇଛନ୍ତି। ଏଥିସହ ସମସ୍ତ ପୌରାଞ୍ଚଳରେ ଏଲ୍‌ଇଡି ଲାଇଟ୍‌ରେ ରାସ୍ତା ଆଲୋକୀକରଣ କାର୍ଯ୍ୟ ମଧ୍ୟ ସମାନ ସମୟରେ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।
ବୈଠକରେ ମୁଖ୍ୟତଃ ବାଲେଶ୍ୱର ଜିଲାର ୪ଟି ପୌରାଞ୍ଚଳର ସମୀକ୍ଷା କରାଯାଇଥିଲା। ବିଦ୍ୟୁତ୍‌ ଖୁଣ୍ଟ ନ ଥିଲେ ନୂତନ ଖୁଣ୍ଟ ବସାଯାଇ ଏହି ଆଲୋକୀକରଣ ବ୍ୟବସ୍ଥା କରାଯିବ। ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ଏହି କାର୍ଯ୍ୟ ସରିବ ବୋଲି କୁହାଯାଇଛି। ବାଲେଶ୍ୱର ଜିଲାର ବାଲେଶ୍ୱର, ସୋର ଓ ଜଳେଶ୍ୱର ପୌରପରିଷଦ ଏବଂ ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦରେ ପାନୀୟ ଜଳ ଯୋଗାଣ, ଏମ୍‌ସିସି (ମାଇକ୍ରୋ କମ୍ପୋଷ୍ଟିଙ୍ଗ୍‌ ସେଣ୍ଟର), ସ୍ମାର୍ଟ ପାର୍କ, ଶ୍ମଶାନ ଆଦି ସମ୍ବନ୍ଧରେ ବୈଠକରେ ଆଲୋଚନା ହୋଇଥିଲା। ସମୀକ୍ଷାରୁ ଜଣାଯାଇଛି ଯେ, ନୀଳଗିରିର ସୋନ ନଦୀରୁ ନୀଳଗିରି ବ୍ଲକ୍‌ ଓ ଏନ୍‌ଏସିକୁ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିପାଇଁ ଏକ ବୃହତ୍‌ ପ୍ରକଳ୍ପ କରାଯାଇଛି। ଏହାସହ ଉତ୍ସ ଓ ଷ୍ଟୋରେଜ୍‌ ଉନ୍ନତୀକରଣ ପାଇଁ ଏଷ୍ଟିମେଟ୍‌ ପ୍ରଦାନ ଓ ନୀଳଗିରିର ଜଗନ୍ନାଥ ମନ୍ଦିରକୁ ବହୁ ଭକ୍ତ ଓ ପର୍ଯ୍ୟଟକଙ୍କ ସମାଗମକୁ ଦୃଷ୍ଟିରେ ରଖି ମନ୍ଦିର ନିକଟରେ ପାନୀୟ ଜଳର ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ମନ୍ତ୍ରୀ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ସେହିପରି ବାଲେଶ୍ୱର ପୌରାଞ୍ଚଳରେ ୨୬୦ କି.ମି. ପାଇପ ଲାଇନ୍‌ ବିଛାଯିବାକୁ ଲକ୍ଷ୍ୟ ରଖାଯାଇଛି। ତନ୍ମଧ୍ୟରୁ ୧୮୩ କି.ମି.ର କାର୍ଯ୍ୟ ସରିଛି। ପୁରୁଣା ପାଇପ ସବୁ ବଦଳାଯାଇଛି। ୪ ଜଳଭଣ୍ଡାରର କାର୍ଯ୍ୟ ଡିସେମ୍ବର ସୁଦ୍ଧା ଓ ୨ ଜଳଭଣ୍ଡାରର କାର୍ଯ୍ୟ ଆସନ୍ତା ଫେବୃୟାରୀ ସୁଦ୍ଧା ଶେଷ ହେବ ବୋଲି ଜଣାପଡ଼ିଛି। ସୋର ପୌରପରିଷଦରେ ପାଇପ ଲାଇନ୍‌ ବିଛାଯାଇଛି ଓ ଏଠାରେ ୧୪ଟି ଉତ୍ସ ରହିଥିବାବେଳେ ୨ଟି ଉତ୍ସକୁ ଖୁବ୍‌ଶୀଘ୍ର ବିଦ୍ୟୁତ୍‌ ସଂଯୋଗ କରାଯିବ। ଜଳେଶ୍ୱର ପୌରପରିଷଦର ସୁବର୍ଣ୍ଣରେଖା ନଦୀରୁ ପାନୀୟ ଜଳ ପ୍ରକଳ୍ପ କରିବା ପାଇଁ ବ୍ୟବସ୍ଥା କରାଯିବ। ସୋରସ୍ଥିତ ଟାଉନହଲ୍‌ ନବୀକରଣ, ବାଲେଶ୍ୱର ଗାନ୍ଧୀ ସ୍ମୃତି ଭବନକୁ ଅତ୍ୟାଧୁନିକ ଏବଂ ବ୍ରିଟ୍‌ କଲ୍ୟାଣ ମଣ୍ଡପର ଉନ୍ନତୀକରଣ କରିବାକୁ ମନ୍ତ୍ରୀ କହିଥିଲେ। ୪ଟି ପୌରାଞ୍ଚଳକୁ ସ୍ମାର୍ଟ ପାର୍କ ଓ ଶ୍ମଶାନ ପାଇଁ ଡିପିଆର୍‌ ପ୍ରସ୍ତୁତ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସ୍ମାର୍ଟ ପାର୍କ ପାଇଁ ୪ ପୌରାଞ୍ଚଳକୁ ଏକ କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri