୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ ଆୟୋଜିତ ଏକ ସମୀକ୍ଷା ବୈଠକ ପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗୁରୁବାର ଏହି ସୂଚନା ଦେଇଛନ୍ତି । ଏଥିସହ ସମସ୍ତ ପୌରାଞ୍ଚଳରେ ଏଲ୍‌ଇଡି ଲାଇଟ୍‌ରେ ରାସ୍ତା ଆଲୋକୀକରଣ କାର୍ଯ୍ୟ ମଧ୍ୟ ସମାନ ସମୟରେ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।
ବୈଠକରେ ମୁଖ୍ୟତଃ ବାଲେଶ୍ୱର ଜିଲାର ୪ଟି ପୌରାଞ୍ଚଳର ସମୀକ୍ଷା କରାଯାଇଥିଲା। ବିଦ୍ୟୁତ ଖୁଣ୍ଟ ନଥିଲେ, ନୂତନ ଖୁଣ୍ଟ ବସାଯାଇ ଏହି ଆଲୋକୀକରଣ ବ୍ୟବସ୍ଥା କରାଯିବ । ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ଏହି କାର୍ଯ୍ୟ ସରିବ ବୋଲି କୁହାଯାଇଛି। ବାଲେଶ୍ୱର ଜିଲାର ବାଲେଶ୍ୱର, ସୋର ଓ ଜଳେଶ୍ୱର ପୌରପରିଷଦ ଏବଂ ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦରେ ପାନୀୟ ଜଳଯୋଗାଣ, ଏମ୍‌ସିସି(ମାଇକ୍ରୋ କମ୍ପୋଷ୍ଟିଙ୍ଗ୍‌ ସେଣ୍ଟର), ସ୍ମାର୍ଟ ପାର୍କ, ଶ୍ମଶାନ ଆଦି ସମ୍ବନ୍ଧରେ ବୈଠକରେ ଆଲୋଚନା ହୋଇଥିଲା । ସମୀକ୍ଷାରୁ ଜଣାଯାଇଛି ଯେ, ନୀଳଗିରିର ସୋନନଦୀରୁ ନୀଳଗିରି ବ୍ଳକ୍‌ ଓ ଏନ୍‌ଏସିକୁ ପାନୀୟ ଜଳ ଯୋଗାଇ ଦିଆଯିବ । ଏଥି ପାଇଁ ଏକ ବୃହତ୍‌ ପ୍ରକଳ୍ପ କରାଯାଇଛି । ଏହା ସହ ଉତ୍ସ ଓ ଷ୍ଟୋରେଜ୍‌ ଉନ୍ନତିକରଣ ପାଇଁ ଏଷ୍ଟିମେଟ୍‌ ପ୍ରଦାନ ଓ ନୀଳଗିରିର ଜଗନ୍ନାଥ ମନ୍ଦିରକୁ ବହୁ ଭକ୍ତ ଓ ପର୍ଯ୍ୟଟକଙ୍କ ସମାଗମକୁ ଦୃଷ୍ଟିରେ ରଖି ମନ୍ଦିର ନିକଟରେ ପାନୀୟ ଜଳର ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ମନ୍ତ୍ରୀ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri