Posted inଜାତୀୟ

୨୦୨୦ ସୁଦ୍ଧା ୨୧ ଭାରତୀୟ ସହର ହେବ ଭୂତଳ ଜଳ ଶୂନ୍ୟ: ନୀତି ଆୟୋଗ ରିପୋର୍ଟ

ନୂଆଦିଲ୍ଲୀ,୨୦।୬: ଦେଶରେ ଜଳସଙ୍କଟ ଉତ୍କଟ ହେବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ତଥା କଂକ୍ରିଟ୍‌ ଜଙ୍ଗଲ ଯୋଗୁ ଧୀରେଧୀରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ଆସନ୍ତା ୨୦୨୦ ସୁଦ୍ଧା ଦେଶର ୨୧ଟି ସହର ଭୂତଳ ଜଳ ଶୂନ୍ୟ ହେବାର ଆଶଙ୍କ ଦେଖାଦେଇଛି। ଏନେଇ ନୀତି ଆୟୋଗ ଦ୍ୱାରା ପ୍ରସ୍ତୁତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏସବୁ ସହର ମଧ୍ୟରେ ଦିଲ୍ଲୀ, ବେଙ୍ଗାଲୁର୍‌, ଚେନ୍ନାଇ, ହାଇଦ୍ରାବାଦ୍‌ ଆଦି ରହିଛି। ଏହାଦ୍ୱାରା ଶହେ ନିୟୁତ ଲୋକ ପ୍ରଭାବିତ ହେବାର ଆଶଙ୍କା ରହିଛି। ୨୦୩୦ ସୁଦ୍ଧା ଦେଶର ୪୦ ପ୍ରତିଶତ ଲୋକ ପିଇବା ପାଣି ଅଭାବରେ ହନ୍ତସନ୍ତ ହେବେ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି। ଭଲ ବର୍ଷା ହେବା ସତ୍ତ୍ୱେ ସମ୍ପ୍ରତି ଚେନ୍ନାଇରେ ୩ଟି ନଦୀ, ୪ଟି ଜଳ ଉତ୍ସ, ୫ଟି ଆଦ୍ର ଭୂମି ଏବଂ ୬ଟି ଜଙ୍ଗଲ ସମ୍ପୂର୍ଣ୍ଣ ଶୁଖି ଯାଇଛି। ଏହାର ପ୍ରଭାବରେ ଏଠାରେ ଜଳ ସଙ୍କଟ ଉତ୍କଟ ରୂପ ଧାରଣ କରିଥିବା କୁହାଯାଉଛି। ଏଠାରେ ଥିବା କଂକ୍ରିଟ୍‌ ଜଙ୍ଗଲ ଯୋଗୁ ଏଭଳି ହେଉଥିବା ପରିବେଶ୍‌ବିତ୍‌ ମତପୋଷଣ କରୁଥିବା ରିପୋର୍ଟରେ କୁହାଯାଉଛି। ଅପରପକ୍ଷରେ ଭଲ ବର୍ଷା ହେଉ ନ ଥିବା ଭାରତର ଅନ୍ୟ ସହରର ଅବସ୍ଥା ଆଗାମୀ ଦିନରେ ଚେନ୍ନାଇଠାରୁ ଅଧିକ ଖରାପ ହେବାର ଆଶଙ୍କା ଥିବା ରିପୋର୍ଟ ସୂଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri