Posted inଖେଳ

୨୦୨୧ ପର୍ଯ୍ୟନ୍ତ ମଣ୍ଟ୍ରିଲ ଡବ୍ଲ୍ୟୁଟିଏ ଇଭେଣ୍ଟ ଘୁଞ୍ଚିଲା

ମଣ୍ଟ୍ରିଲ,୧୨।୪ (ଏଏଫ୍‌ପି): ବର୍ଷର ଅନ୍ତିମ ତଥା ଚତୁର୍ଥ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନ ଠିକ୍‌ ପୂର୍ବରୁ ଖେଳାଯାଉଥିବା ମଣ୍ଟ୍ରିଲ ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟ ବାର ରୋଜର୍ସ କପ୍‌କୁ ଘୁଞ୍ଚାଇ ଦିଆଯାଇଛି। ଏଥର ଏହି ଟେନିସ ଇଭେଣ୍ଟକୁ ବାତିଲ କରାଯାଇଛି ଓ ୨୦୨୧ ପର୍ଯ୍ୟନ୍ତ ଏହା ଆୟୋଜନ ହେବନାହିଁ। ଏ ନେଇ ଇଭେଣ୍ଟ ଅଫିସିଆଲମାନେ ସୂଚନା ଦେଇଛନ୍ତି।
ଏଥର ଏହି ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟ ଅଗଷ୍ଟ ୭ରୁ ୧୬ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ କରୋନା ଭାଇରସ ସଂକ୍ରମଣ କାରଣରୁ ଉତ୍ତରପୂର୍ବ କାନାଡ଼ାସ୍ଥିତ କ୍ୱେବେକ ପ୍ରୋଭିନ୍ସ ଅଗଷ୍ଟ ୩୧ ପର୍ଯ୍ୟନ୍ତ ସବୁ ଟୁର୍ନାମେଣ୍ଟକୁ ବାତିଲ କରିଛି। ଫଳରେ ଏହି ଟୁର୍ନାମେଣ୍ଟ ଆୟୋଜନ ନେଇ ଆଶଙ୍କା ପ୍ରକାଶ ପାଇଥିଲା। ଫଳରେ ଏହାକୁ ୨୦୨୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି ବୋଲି ଡବ୍ଲୁୃ୍ୟଟିଏ ତରଫରୁ ସୂଚନା ଦିଆଯାଇଛି।
ଠିକ୍‌ ସମୟ ବେଳକୁ ପରିସ୍ଥିତିରେ ଉନ୍ନତି ଘଟିବ ବୋଲି ଆଶା କରାଯାଉଥିଲା। ତେବେ ଏପରି ହୋଇ ନ ଥିଲା। ଫଳରେ ଏପରି କଠୋର ନିଷ୍ପତ୍ତି ନେବାକୁ ହେଲା ବୋଲି ଟୁର୍ନାମେଣ୍ଟ ଡାଇରେକ୍ଟର ଇୟୁଗେନି ଲାପିଏରେ କହିଛନ୍ତି।
ଉଲ୍ଲେଖଥାଉ କି, କୋଭିଡ୍‌-୧୯ କାରଣରୁ ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ମେ- ଜୁନ୍‌ ବଦଳରେ ସେପ୍ଟେମ୍ବର- ଅକ୍ଟୋବରରେ ଆୟୋଜନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଯଦି ଏପରି ହୁଏ ୟୁଏସ୍‌ ଓପନର ଠିକ ଗୋଟିଏ ସପ୍ତାହ ପରେ ଫ୍ରେଞ୍ଚ୍‌ ଓପନ ଆୟୋଜନ ହେବ। ଅନ୍ୟପଟେ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଓ୍ବିମ୍ବେଲଡନ ପ୍ରଥମଥର ପାଇଁ ବାତିଲ ହୋଇଛି। ଏହା ଅର୍ଥ ଯେ, ପୂର୍ବର ଟେନିସ ଇଭେଣ୍ଟଗୁଡିକ ଜୁଲାଇ ୧୩ ପରେ ଚାଲୁ ରହିବ। ଏପଟେ ଜୁଲାଇ ୧୨ ପର୍ଯନ୍ତ ଡବ୍ଲ୍ୟୁଟିଏ ଟୁର ତା’ର ସବୁ ଇଭେଣ୍ଟଗୁଡିକୁ ସସ୍‌ପେଣ୍ଡ କରିଛି। ଆସନ୍ତାମାସ ଶେଷ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇପାରିବ ନାହିଁ ବୋଲି ଡବ୍ଲ୍ୟୁଟିଏ ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri