Posted inଖେଳ

୨୦୨୧ ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ କାର୍ଯ୍ୟସୂଚୀ ପୁନଃ ନିର୍ଦ୍ଧାରିତ

ନୂଆଦିଲ୍ଲୀ,୧।୫ (ପି.ଟି.): ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ସ୍ପେନ୍‌ରେ ଆୟୋଜନ ହେବାକୁ ଥିବା ୨୦୨୧ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌କୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛି। ପ୍ରଥମେ ଏହି ଟୁର୍ନାମେଣ୍ଟ ୨୦୨୧ ଅଗଷ୍ଟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ବର୍ତ୍ତମାନ ଏହାକୁ ନଭେମ୍ବର- ଡିସେମ୍ବର ମାସରେ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଟୋକିଓ ଅଲିମ୍ପିକ୍ସ କାର୍ଯ୍ୟସୂଚୀ ସହ ଏହି ଚାମ୍ପିୟନଶିପ୍‌ ଏକା ସମୟରେ ପଡୁଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି ବୋଲି ବିଡବ୍ଲ୍ୟଏଫ୍‌ ତରଫରୁ କୁହାଯାଇଛି। ଫଳରେ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ଏବେ ନଭେମ୍ବର ୨୯ରୁ ଆରମ୍ଭ ହୋଇ ଡିସେମ୍ବର ୫ ତାରିଖରେ ଶେଷ ହେବ ବୋଲି ବିଡବ୍ଲ୍ୟୁଏଫ୍‌ କହିଛି। ପ୍ରତିବର୍ଷ ଏହି ଟୁର୍ନାମେଣ୍ଟ ଆୟୋଜନ ହେଉଥିଲେ ମଧ୍ୟ ଅଲିମ୍ପିକ୍‌ ବର୍ଷରେ ଏହା ଖେଳାଯାଇ ନ ଥାଏ।
ଟୋକିଓ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଥିବାରୁ ଏପରି ସମସ୍ୟା ଉପୁଜିଥିଲା। ୨୦୨୦ ଟୋକିଓ ଅଲିମ୍ପିକ ପ୍ରଥମେ ଜୁଲାଇ ୨୩ରୁ ୮ଅଗଷ୍ଟ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ଏହି ମେଗା ଇଭେଣ୍ଟ ଏବେ ୨୦୨୧ ଅଗଷ୍ଟ ୨୪ ଓ ସେପ୍ଟେମ୍ବର ୫ ମଧ୍ୟରେ ଆୟୋଜନ ହେବ। ବ୍ୟାଡ୍‌ମିଣ୍ଟନର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି ବୋଲି ବିଡବ୍ଲ୍ୟୁଏଫ୍‌ ଅଧ୍ୟକ୍ଷ ପାଉଲ ଏରିକ ହୋୟେର କହିଛନ୍ତି। ଏହା ଦ୍ୱାରା ଅଲିମ୍ପିକ୍ସର ବ୍ୟାଡମିଣ୍ଟନ ପ୍ରତିଯୋଗିତା ଓ ବିଶ୍ୱ ଚାମ୍ପିୟନଶିପ୍‌ ଆହୁରି ସଫଳ ହେବ ବୋଲି ସେ କହିଛନ୍ତି।
ଉଲ୍ଲେଖଥାଉ କି, ପି.ଭି. ସିନ୍ଧୁ ସୁଇଜରଲାଣ୍ଡରେ ଅନୁଷ୍ଠିତ ଗତ ସଂସ୍କରଣରେ ଟାଇଟଲ ହାସଲ କରିଥିଲେ ଓ ସେ ଏହାକୁ ବଜାୟ ରଖିବା ପାଇଁ ସୁଯୋଗ ପାଇବେ। ସେହିପରି ବି ସାଇ ପ୍ରଣୀତ ବ୍ରୋଞ୍ଜ ପଦକ ଜିତିଥିଲେ। ୩୬ ବର୍ଷ ପରେ ସେ ପ୍ରଥମ ଭାରତୀୟ ଖେଳାଳିଭାବେ ବିଶ୍ୱଚାମ୍ପିୟନଶିପ୍‌ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri