Posted inଖେଳ

୨୦୨୧ ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ କାର୍ଯ୍ୟସୂଚୀ ପୁନଃ ନିର୍ଦ୍ଧାରିତ

ନୂଆଦିଲ୍ଲୀ,୧।୫ (ପି.ଟି.): ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ସ୍ପେନ୍‌ରେ ଆୟୋଜନ ହେବାକୁ ଥିବା ୨୦୨୧ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌କୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛି। ପ୍ରଥମେ ଏହି ଟୁର୍ନାମେଣ୍ଟ ୨୦୨୧ ଅଗଷ୍ଟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ବର୍ତ୍ତମାନ ଏହାକୁ ନଭେମ୍ବର- ଡିସେମ୍ବର ମାସରେ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଟୋକିଓ ଅଲିମ୍ପିକ୍ସ କାର୍ଯ୍ୟସୂଚୀ ସହ ଏହି ଚାମ୍ପିୟନଶିପ୍‌ ଏକା ସମୟରେ ପଡୁଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି ବୋଲି ବିଡବ୍ଲ୍ୟଏଫ୍‌ ତରଫରୁ କୁହାଯାଇଛି। ଫଳରେ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ଏବେ ନଭେମ୍ବର ୨୯ରୁ ଆରମ୍ଭ ହୋଇ ଡିସେମ୍ବର ୫ ତାରିଖରେ ଶେଷ ହେବ ବୋଲି ବିଡବ୍ଲ୍ୟୁଏଫ୍‌ କହିଛି। ପ୍ରତିବର୍ଷ ଏହି ଟୁର୍ନାମେଣ୍ଟ ଆୟୋଜନ ହେଉଥିଲେ ମଧ୍ୟ ଅଲିମ୍ପିକ୍‌ ବର୍ଷରେ ଏହା ଖେଳାଯାଇ ନ ଥାଏ।
ଟୋକିଓ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଥିବାରୁ ଏପରି ସମସ୍ୟା ଉପୁଜିଥିଲା। ୨୦୨୦ ଟୋକିଓ ଅଲିମ୍ପିକ ପ୍ରଥମେ ଜୁଲାଇ ୨୩ରୁ ୮ଅଗଷ୍ଟ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ଏହି ମେଗା ଇଭେଣ୍ଟ ଏବେ ୨୦୨୧ ଅଗଷ୍ଟ ୨୪ ଓ ସେପ୍ଟେମ୍ବର ୫ ମଧ୍ୟରେ ଆୟୋଜନ ହେବ। ବ୍ୟାଡ୍‌ମିଣ୍ଟନର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି ବୋଲି ବିଡବ୍ଲ୍ୟୁଏଫ୍‌ ଅଧ୍ୟକ୍ଷ ପାଉଲ ଏରିକ ହୋୟେର କହିଛନ୍ତି। ଏହା ଦ୍ୱାରା ଅଲିମ୍ପିକ୍ସର ବ୍ୟାଡମିଣ୍ଟନ ପ୍ରତିଯୋଗିତା ଓ ବିଶ୍ୱ ଚାମ୍ପିୟନଶିପ୍‌ ଆହୁରି ସଫଳ ହେବ ବୋଲି ସେ କହିଛନ୍ତି।
ଉଲ୍ଲେଖଥାଉ କି, ପି.ଭି. ସିନ୍ଧୁ ସୁଇଜରଲାଣ୍ଡରେ ଅନୁଷ୍ଠିତ ଗତ ସଂସ୍କରଣରେ ଟାଇଟଲ ହାସଲ କରିଥିଲେ ଓ ସେ ଏହାକୁ ବଜାୟ ରଖିବା ପାଇଁ ସୁଯୋଗ ପାଇବେ। ସେହିପରି ବି ସାଇ ପ୍ରଣୀତ ବ୍ରୋଞ୍ଜ ପଦକ ଜିତିଥିଲେ। ୩୬ ବର୍ଷ ପରେ ସେ ପ୍ରଥମ ଭାରତୀୟ ଖେଳାଳିଭାବେ ବିଶ୍ୱଚାମ୍ପିୟନଶିପ୍‌ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?