Posted inଖେଳ

୨୦୨୧ ମହିଳା ବିଶ୍ୱକପ୍‌ରେ ରହିଛି ୩ ରିଜର୍ଭ ଡେ

ଅକ୍‌ଲାଣ୍ଡ,୧୧।୩- ନ୍ୟୁଜିଲାଣ୍ଡରେ ହେବାକୁ ଥିବା ୨୦୨୧ ମହିଳା ବିଶ୍ୱକପର କାର୍ଯ୍ୟସୂଚୀ ବୁଧବାର ପ୍ରକାଶ ପାଇଛି। ଏହି ଇଭେଣ୍ଟର ସେମିଫାଇନାଲ ଓ ଫାଇନାଲ ମ୍ୟାଚ୍‌ ପାଇଁ ୩ ରିଜର୍ଭ ଡେ’ ରଖାଯାଇଛି। ନିକଟରେ ଶେଷ ହୋଇଥିବା ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ରେ ରିଜର୍ଭ ଡେ ନ ଥିବାରୁ ଭାରତ ସିଧାସଳଖ ଫାଇନାଲରେ ପ୍ରବେଶ କରିଥିଲା। ଏଥିଯୋଗୁ ଅନ୍ତର୍ଜାତୀୟ କ୍ରିକେଟ କାଉନି୍ସଲ (ଆଇସିସି)କୁ ପ୍ରବଳ ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା। ନ୍ୟୁଜିଲାଣ୍ଡର ୬ଟି ଭେନ୍ୟୁରେ ମୋଟ ୩୧ ମ୍ୟାଚ୍‌ ଖେଳାଯିବ। ଭେନ୍ୟୁଗୁଡ଼ିକ ହେଲା ଅକ୍‌ଲାଣ୍ଡ, ହାମିଲଟନ, ଟୌରାଙ୍ଗ, ଓ୍ବେଲିଂଟନ, ଖ୍ରିଷ୍ଟଚର୍ଚ୍ଚ ଓ ଡୁନେଡିନ। ଦୁଇଟି ସେମିଫାଇନାଲ ମ୍ୟାଚ୍‌ ଟୌରାଙ୍ଗ ଓ ହାମିଲଟନଠାରେ ମାର୍ଚ୍ଚ ୩ ଓ ୪ ତାରିଖରେ ଖେଳାଯିବ। ଫାଇନାଲ ମ୍ୟାଚ୍‌ ହେଗ୍‌ଲେ ଓଭାଲରେ ୭ ତାରିଖରେ ଅନୁଷ୍ଠିତ ହେବ। ଆୟୋଜକ ନ୍ୟୁଜିଲାଣ୍ଡ ଫେବୃୟାରୀ ୬ରେ ଏକ କ୍ୱାଲିଫାୟର୍ସ ଦଳ ସହ ଖେଳି ଅଭିଯାନ ଆରମ୍ଭ କରିବ। ୨୦୨୧ ବିଶ୍ୱକପ୍‌ ଲାଗି କେବଳ ୪ ଦଳ ଅଷ୍ଟ୍ରେଲିଆ, ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା ଓ ଆୟୋଜକ ନ୍ୟୁଜିଲାଣ୍ଡର ସ୍ଥାନ ସ୍ପଷ୍ଟ ହୋଇଛି। ଅନ୍ୟ ଦଳମାନେ ମହିଳା ଚାମ୍ପିୟନଶିପ୍‌ ଓ ଯୋଗ୍ୟତା ପର୍ଯ୍ୟାୟରୁ ଉନ୍ନୀତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri