୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବା ଲକ୍ଷ୍ୟ: ଚାଇନିଜ୍‌, ରଷିଆନ୍‌ ଭାଷା ଶିଖିବେ ଟୁର୍‌ ଅପରେଟର୍‌; ଭୁବନେଶ୍ୱରରେ ବିମାନ ସଂଖ୍ୟା ବଢ଼ାଇବ ସ୍ପାଇସ୍‌ଜେଟ୍‌

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଦେଶ, ବିଦେଶରୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି କରିବାକୁ ରାଜ୍ୟ ପର୍ଯ୍ୟଟନ ବିଭାଗର ଲକ୍ଷ୍ୟ ରହିଛି। ୨୦୧୬-୧୭ରେ ଓଡ଼ିଶାକୁ ମୋଟ ୧,୩୧,୯୦,୨୨୪ ପର୍ଯ୍ୟଟକ ଆସିଥିବାବେଳେ ୨୦୧୭-୧୮ରେ ୧,୪୩,୬୪,୫୪୧ ଏବଂ ୨୦୧୮-୧୯ରେ ମୋଟ ୧,୫୬,୨୩,୨୫୦ ପର୍ଯ୍ୟଟକ ଓଡ଼ିଶା ଆସିଥିଲେ। ଏହି ସଂଖ୍ୟାକୁ ବୃଦ୍ଧି କରି ୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷରେ ପହଞ୍ଚାଇବା ସହ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ୩ ଟୁରିଷ୍ଟ୍‌ ଡେଷ୍ଟିନେଶନରେ ପରିଣତ କରିବାକୁ ଟାର୍ଗେଟ ରଖାଯାଇଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କହିଛନ୍ତି।
କର୍ନାଟକ ମଡେଲ ଭଳି ଓଡ଼ିଶାରେ ପର୍ଯ୍ୟଟନ ବିଭାଗ ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ଏକାଠି ହୋଇ ପରିବେଶ ପର୍ଯ୍ୟଟନ ବିକାଶ ଦିଗରେ କାର୍ଯ୍ୟ କରୁଥିବାବେଳେ କମ୍ୟୁନିଟି ଇନ୍‌ଭଲଭମେଣ୍ଟ ଉପରେ ଗୁରୁତ୍ୱ ଦିଆଯାଉଛି। ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ରାଜ୍ୟରେ ଖୁବ୍‌ଶୀଘ୍ର ୮ ଟୁରିଷ୍ଟ ପୋଲିସ ସେଲ୍‌ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି। ଟ୍ରାଭେଲ ଓ ଟୁର୍‌ ଗାଇଡ୍‌ମାନଙ୍କୁ ପୂର୍ବରୁ ଫ୍ରେଞ୍ଚ୍‌, ସ୍ପାନିସ୍‌ ଭଳି ଭାଷା ଶିଖାଯାଉଥିବାବେଳେ ଏବେ ଚାଇନିଜ୍‌ ଏବଂ ରଷିଆନ୍‌ ଭାଷାରେ ମଧ୍ୟ ଶିକ୍ଷା ଦେବାକୁ ସ୍ଥିର ହୋଇଥିବା ବିଭାଗୀୟ ସଚିବ ବିଶାଲ ଦେବ ସୂଚନା ଦେଇଛନ୍ତି। ଏହାଛଡ଼ା ଓଲା ଏବଂ ଉବର୍‌ ଡ୍ରାଇଭରମାନଙ୍କ ପାଇଁ ମଧ୍ୟ ବିଭାଗ ପକ୍ଷରୁ ସ୍ବତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ପର୍ଯ୍ୟଟନ ବ୍ରାଣ୍ଡିଂ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଥିବାବେଳେ ଦିଲ୍ଲୀ, ବମ୍ବେ ଓ କୋଲକାତା ବିମାନ ବନ୍ଦରରେ ବିଜ୍ଞାପନ ମାଧ୍ୟମରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର ପ୍ରସାର କରାଯାଉଛି। ଖୁବ୍‌ଶୀଘ୍ର ହାଇଦ୍ରାବାଦ, ଚେନ୍ନାଇ ଓ ବାଙ୍ଗାଲୁରୁ ବିମାନବନ୍ଦରରେ ଓଡ଼ିଶା ଟୁରିଜମ୍‌ର ବ୍ରାଣ୍ଡିଂ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ସେହିଭଳି ଭୁବନେଶ୍ୱର ବିମାନବନ୍ଦରରୁ ବିଭିନ୍ନ ଅଞ୍ଚଳକୁ ସିଧାସଳଖ ବିମାନ ସେବା ଯୋଗାଇ ଦିଆଯିବା ଉପରେ ଗୁରୁତ୍ୱ ଦିଆଯାଉଛି। ଆଗାମୀ ଦିନରେ ସ୍ପାଇସ୍‌ଜେଟ୍‌ ଭୁବନେଶ୍ୱରରୁ ଅଧିକ ବିମାନ ଚଳାଚଳ କରିବ ବୋଲି ସଚିବ ସୂଚନା ଦେଇଛନ୍ତି। ଓଡ଼ିଶାକୁ ସ୍ପୋର୍ଟସ କ୍ୟାପିଟାଲରେ ପରିଣତ କରିବା ପରେ ଏବେ ଟୁରିଜମ୍‌ କ୍ୟାପିଟାଲରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଥିବା ଉଭୟ ମନ୍ତ୍ରୀ ଓ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri