୨୦୨୨କୁ ଘୁଞ୍ଚିଲା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌

ପ୍ୟାରିସ୍‌,୩୧।୩ (ଏଏଫ୍‌ପି)- କରୋନା ଭାଇରସ ସଂକ୍ରମଣ ସାରା ବିଶ୍ୱକ୍ରୀଡ଼ାକୁ ପ୍ରଭାବିତ କରିଛି। ଟୋକିଓ ଅଲିମ୍ପିକ୍ସ ଗୋଟିଏ ବର୍ଷ ଘୁଞ୍ଚିଯିବା ପରେ ଅନୁରୂପ ଭାବେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି। ଆମେରିକାର ଅରେଗନ ରାଜ୍ୟସ୍ଥିତ ୟୁଗେନେରେ ୨୦୨୧ରେ ଆୟୋଜନ ହେବାକୁ ଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ ୨୦୨୨କୁ ଘୁଞ୍ଚାଇ ଦିଆଯାଇଛି।
୨୦୨୦ ଟୋକିଓ ଅଲିମ୍ପିକ୍ସ କରୋନା ଭାଇରସ ସଂକ୍ରମଣ କାରଣରୁ ସ୍ଥଗିତ ରଖାଯାଇଥିଲା। ଏବେ ଏହି ମେଗା ଇଭେଣ୍ଟ ୨୦୨୧ ଜୁଲାଇ ୨୩ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୮ ତାରିଖରେ ଶେଷ ହେବ। ସେହି ଅନୁସାରେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ ଆୟୋଜକମାନେ ମଧ୍ୟ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଚାମ୍ପିୟନଶିପ୍‌ ୨୦୨୧ ଅଗଷ୍ଟ ୬ରୁ ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ଥିଲା। ଅଲିମ୍ପିକ୍ସ ପାଇଁ ଏହି ଚାମ୍ପିୟନଶିପ୍‌ ନିର୍ଦ୍ଧାରିତ ସମୟରେ ଆୟୋଜନ ହେବା ଅସମ୍ଭବ ହୋଇ ପଡିଛି।
ଅଲିମ୍ପିକ୍ସର ନୂଆ ତାରିଖ ଘୋଷଣା ନେଇ ଆମେ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ଓ ଜାପାନ ଆୟୋଜକମାନଙ୍କୁ ସମର୍ଥନ କରୁଛୁ ବୋଲି ଓ୍ବାଲର୍‌ଡ ଆଥଲେଟିକ୍ସ କହିଛି। ଅଲିମ୍ପିକ୍ସ ଘୁଞ୍ଚିବା ଦ୍ୱାରା ଆଥଲେଟମାନେ ସମୟ ପାଇବେ ଓ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବାକୁ ଟ୍ରେନିଂର ସୁଯୋଗ ମଧ୍ୟ ହାସଲ କରିବେ। ଓ୍ବାଲର୍‌ଡ ଆଥଲେଟିକ ଚାମ୍ପିୟନଶିପ୍‌ର ନୂଆ ତାରିଖ ନେଇ କାର୍ଯ୍ୟ କରୁଛୁ ଓ ଆୟୋଜକମାନଙ୍କ ସହ ଅଲୋଚନା କରୁଛୁ। ତେବେ ଏଥିପାଇଁ ସମସ୍ତେ ବୁଝାମଣା କରିବା କିଛି ତ୍ୟାଗ କରିବା ଆବଶ୍ୟକ ବୋଲି ଓ୍ବାଲର୍‌ଡ ଆଥଲେଟିକ୍ସ ତରଫରୁ କୁହାଯାଇଛି।
ଅନ୍ୟପଟେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବର୍ମିଂହାମରେ ୨୦୨୨ ଜୁଲାଇ ୨୭ରୁ ଅଗଷ୍ଟ ୭ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ତେଣୁ ନୂଆ ତାରିଖ ଧାର୍ଯ୍ୟ କରିବା ପୂର୍ବରୁ ଆମେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଫେଡେରେଶନ ଓ ଆୟୋଜକଙ୍କ ସହ ଆଲୋଚନା କରୁଛୁ ବୋଲି ଓ୍ବାଲର୍‌ଡ ଆଥଲେଟିକ୍ସ ତରଫରୁ କୁହାଯାଇଛି। କେବଳ ସେତିକି ନୁହଁ ୨୦୨୨ ୟୁରୋପିଆ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜକଙ୍କ ସହିତ ଆଲୋଚନା ଜାରି ରହିଛି। ଏହି ଇଭେଣ୍ଟ ମ୍ୟୁନିକ୍‌ରେ ଅଗଷ୍ଟ ୧୧ରୁ ଆରମ୍ଭ ହୋଇ ୨୧ ତାରିଖରେ ଶେଷ ହେବ। ଚଳିତ ବର୍ଷ ୟୁରୋପିଆନ ଚାମ୍ପିୟନଶିପ୍‌ ପ୍ୟାରିସ୍‌ରେ ଅଗଷ୍ଟ ୨୬ରୁ ୩୦ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଏହି ଇଭେଣ୍ଟକୁ ସ୍ଥଗିତ ରଖିବା ପାଇଁ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri