୨୦୨୨କୁ ଘୁଞ୍ଚିଲା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌

ପ୍ୟାରିସ୍‌,୩୧।୩ (ଏଏଫ୍‌ପି)- କରୋନା ଭାଇରସ ସଂକ୍ରମଣ ସାରା ବିଶ୍ୱକ୍ରୀଡ଼ାକୁ ପ୍ରଭାବିତ କରିଛି। ଟୋକିଓ ଅଲିମ୍ପିକ୍ସ ଗୋଟିଏ ବର୍ଷ ଘୁଞ୍ଚିଯିବା ପରେ ଅନୁରୂପ ଭାବେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି। ଆମେରିକାର ଅରେଗନ ରାଜ୍ୟସ୍ଥିତ ୟୁଗେନେରେ ୨୦୨୧ରେ ଆୟୋଜନ ହେବାକୁ ଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ ୨୦୨୨କୁ ଘୁଞ୍ଚାଇ ଦିଆଯାଇଛି।
୨୦୨୦ ଟୋକିଓ ଅଲିମ୍ପିକ୍ସ କରୋନା ଭାଇରସ ସଂକ୍ରମଣ କାରଣରୁ ସ୍ଥଗିତ ରଖାଯାଇଥିଲା। ଏବେ ଏହି ମେଗା ଇଭେଣ୍ଟ ୨୦୨୧ ଜୁଲାଇ ୨୩ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୮ ତାରିଖରେ ଶେଷ ହେବ। ସେହି ଅନୁସାରେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ ଆୟୋଜକମାନେ ମଧ୍ୟ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଚାମ୍ପିୟନଶିପ୍‌ ୨୦୨୧ ଅଗଷ୍ଟ ୬ରୁ ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ଥିଲା। ଅଲିମ୍ପିକ୍ସ ପାଇଁ ଏହି ଚାମ୍ପିୟନଶିପ୍‌ ନିର୍ଦ୍ଧାରିତ ସମୟରେ ଆୟୋଜନ ହେବା ଅସମ୍ଭବ ହୋଇ ପଡିଛି।
ଅଲିମ୍ପିକ୍ସର ନୂଆ ତାରିଖ ଘୋଷଣା ନେଇ ଆମେ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ଓ ଜାପାନ ଆୟୋଜକମାନଙ୍କୁ ସମର୍ଥନ କରୁଛୁ ବୋଲି ଓ୍ବାଲର୍‌ଡ ଆଥଲେଟିକ୍ସ କହିଛି। ଅଲିମ୍ପିକ୍ସ ଘୁଞ୍ଚିବା ଦ୍ୱାରା ଆଥଲେଟମାନେ ସମୟ ପାଇବେ ଓ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବାକୁ ଟ୍ରେନିଂର ସୁଯୋଗ ମଧ୍ୟ ହାସଲ କରିବେ। ଓ୍ବାଲର୍‌ଡ ଆଥଲେଟିକ ଚାମ୍ପିୟନଶିପ୍‌ର ନୂଆ ତାରିଖ ନେଇ କାର୍ଯ୍ୟ କରୁଛୁ ଓ ଆୟୋଜକମାନଙ୍କ ସହ ଅଲୋଚନା କରୁଛୁ। ତେବେ ଏଥିପାଇଁ ସମସ୍ତେ ବୁଝାମଣା କରିବା କିଛି ତ୍ୟାଗ କରିବା ଆବଶ୍ୟକ ବୋଲି ଓ୍ବାଲର୍‌ଡ ଆଥଲେଟିକ୍ସ ତରଫରୁ କୁହାଯାଇଛି।
ଅନ୍ୟପଟେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବର୍ମିଂହାମରେ ୨୦୨୨ ଜୁଲାଇ ୨୭ରୁ ଅଗଷ୍ଟ ୭ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ତେଣୁ ନୂଆ ତାରିଖ ଧାର୍ଯ୍ୟ କରିବା ପୂର୍ବରୁ ଆମେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଫେଡେରେଶନ ଓ ଆୟୋଜକଙ୍କ ସହ ଆଲୋଚନା କରୁଛୁ ବୋଲି ଓ୍ବାଲର୍‌ଡ ଆଥଲେଟିକ୍ସ ତରଫରୁ କୁହାଯାଇଛି। କେବଳ ସେତିକି ନୁହଁ ୨୦୨୨ ୟୁରୋପିଆ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜକଙ୍କ ସହିତ ଆଲୋଚନା ଜାରି ରହିଛି। ଏହି ଇଭେଣ୍ଟ ମ୍ୟୁନିକ୍‌ରେ ଅଗଷ୍ଟ ୧୧ରୁ ଆରମ୍ଭ ହୋଇ ୨୧ ତାରିଖରେ ଶେଷ ହେବ। ଚଳିତ ବର୍ଷ ୟୁରୋପିଆନ ଚାମ୍ପିୟନଶିପ୍‌ ପ୍ୟାରିସ୍‌ରେ ଅଗଷ୍ଟ ୨୬ରୁ ୩୦ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଏହି ଇଭେଣ୍ଟକୁ ସ୍ଥଗିତ ରଖିବା ପାଇଁ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri