୨୦୨୨କୁ ଘୁଞ୍ଚିଲା ସନ୍ତରଣ ବିଶ୍ୱ ଚାମ୍ପିୟନଶିପ୍‌

ପ୍ୟାରିସ୍‌,୪।୫(ପି.ଟି.): ୨୦୨୧ ଗ୍ରୀଷ୍ମରେ ଜାପାନରେ ଆୟୋଜନ ହେବାକୁ ଥିବା ସନ୍ତରଣ ବିଶ୍ୱ ଚାମ୍ପିୟନଶିପ୍‌କୁ ଘୁଞ୍ଚାଇ ଦିଆଯାଇଛି। ୨୦୨୨ ମେ ପର୍ଯ୍ୟନ୍ତ ଏହି ମେଗା ଇଭେଣ୍ଟକୁ ସ୍ଥଗିତ ରଖାଯାଇଛି। ଟୋକିଓ ଅଲିମ୍ପିକ୍ସକୁ ଘୁଞ୍ଚାଇ ଦିଆଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସନ୍ତରଣର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଅନ୍ତର୍ଜାତୀୟ ସୁଇମିଂ ଫେଡେରେଶନ (ଫିନା) ସୋମବାର କହିଛି।
ବିଶ୍ୱ ସନ୍ତରଣ ଚାମ୍ପିୟନଶିପ୍‌ ଆସନ୍ତାବର୍ଷ ଫୁକୁଓକାରେ ଜୁଲାଇ ୧୬ରୁ ଅଗଷ୍ଟ ୧ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ଏହା ଏବେ ୨୦୨୨ ମେ ୧୩ରୁ ୨୯ ତାରିଖର ମଧ୍ୟରେ ଆୟୋଜନ ହେବା ବୋଲି ଫିନା ତରଫରୁ କୁହାଯାଇଛି। ଉଲ୍ଲେଖଥାଉ କି, କରୋନା ଭାଇରସ ମହାମାରୀ କାରଣରୁ ୨୦୨୦ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ଏହି ମେଗା ଇଭେଣ୍ଟ ୨୦୨୧ ଜୁଲାଇ ୨୩ରୁ ଅଗଷ୍ଟ ୮ ତାରିଖ ମଧ୍ୟରେ ଆୟୋଜନ ହେବ। ବିଭିନ୍ନ ଦୃଷ୍ଟିକୋଣରୁ ସାମ୍ପ୍ରତିକ ପରିସ୍ଥିତିକୁ ବିଚାର କରି ଓ କ୍ରୀଡ଼ା ସହିତ ଜଡିତ ବିଭିନ୍ନ ଅନୁଷ୍ଠାନ ସହିତ ଆଲୋଚନା କରିବା ପରେ ସନ୍ତରଣ ଚାମ୍ପିୟନଶିପ୍‌କୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛୁ ବୋଲି ଫିନା କହିଛି। ବିଶ୍ୱ ସନ୍ତରଣ ଚାମ୍ପିୟନଶିପ୍‌ରେ ଡାଇଭିଂ, ଓପନ୍‌ ଓ୍ବାଟର ସୁଇମିଂ, ସିନ୍‌କ୍ରୋନାଇଜ୍‌ ସୁଇମିଂ ଓ ଓ୍ବାଟର ପୋଲୋ ଭଳି ପ୍ରତିଯୋଗିତା ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri