Posted inଖେଳ

୨୦୨୨ ଜୁଲାଇ ୧୫ରୁ ବିଶ୍ୱ ଆଥଲେଟିକ୍ସ

୨୦୨୧ରେ ହେବାକୁଥିବା ବିଶ୍ୱ ଆଥଲେଟିକ୍‌ ଚାମ୍ପିୟନଶିପ୍‌ ୨୦୨୨ ଜୁଲାଇ ୧୫ରୁ ୨୨ ପର୍ଯ୍ୟନ୍ତ ଆମେରିକାର ଅର୍ଗାନସ୍ଥିତ ଇଉଜେନିଠାରେ ଅନୁଷ୍ଠିତ ହେବ। ବର୍ମିଂହାମଠାରେ ହେବାକୁଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ା ସହିତ ସମ୍ଭାବ୍ୟ ସମୟକୁ ଏଡ଼ାଇବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ବିଶ୍ୱରେ କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଟୋକିଓ ଅଲିମ୍ପିକ୍ସକୁ ୨୦୨୧କୁ ଘୁଞ୍ଚାଇ ଦିଆଯାଇଛି। ଫଳରେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ ଗତମାସରେ ୨୦୨୨କୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଥିଲା।”ୱାଲର୍‌ଡ ଆଥଲେଟିକ୍ସ କାଉନସିଲ ନୂଆ ତାରିଖକୁ ଅନୁମୋଦନ କରିଛି। ୨୦୨୨ ଜୁଲାଇ-ଅଗଷ୍ଟରେ ହେବାକୁଥିବା ଅନ୍ୟ ୨ ବଡ଼ ଚାମ୍ପିୟନଶିପ୍‌ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା, ମ୍ୟୁନିକ୍‌ ମଲ୍ଟି ସ୍ପୋଟର୍‌ସ ୟୁରୋପିଆନ ଚାମ୍ପିିୟନଶିପ୍‌ର ଆୟୋଜକ ଏବଂ ସ୍ପୋଟର୍‌ସ ଷ୍ଟେକ୍‌ହୋଲ୍ଡରଙ୍କ ସହିତ ବ୍ୟାପକ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି“ ବୋଲି ୱାଲର୍‌ଡ ଆଥଲେଟିକ୍ସ ପକ୍ଷରୁ ପ୍ରକାଶ କରାଯାଇଛି। ଆଥଲେଟ୍‌ମାନେ ଯେପରି ବିଶ୍ୱର ସମସ୍ତ ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇପାରିବେ ତାକୁ ଧ୍ୟାନରେ ରଖାଯାଇଛି ବୋଲି କୁହା ଯାଇଛି। ପ୍ରକାଶ ଯୋଗ୍ୟ ଯେ, ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ପ୍ରକୃତରେ ୨୦୨୧ ଅଗଷ୍ଟ ୬ରୁ ୧୫ ପର୍ଯ୍ୟନ୍ତ ହେବାର ଥିଲା। ମାତ୍ର ଟୋକିଓ ଅଲିମ୍ପିକ୍ସ ଆୟୋଜକମାନେ କ୍ରୀଡ଼ା ମହାକୁମ୍ଭକୁ ୨୦୨୧ ଜୁଲାଇ ୨୩ରୁ ଅଗଷ୍ଟ ୮କୁ ଧାର୍ଯ୍ୟ କରିବାପରେ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ନୂଆ ତାରିଖ ସମ୍ପର୍କରେ ଚିନ୍ତା କରାଯାଇଥିଲା। ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଇଂଲଣ୍ଡର ବର୍ମିଂହାମଠାରେ ଜୁଲାଇ ୨୭ରୁ ଅଗଷ୍ଟ ୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ୟୁରୋପିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ମ୍ୟୁନିକ୍‌ରେ ସେହିବର୍ଷ ଅଗଷ୍ଟ ୧୧ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri