Posted inଖେଳ

୨୦୨୨ ଫିଫା ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ: କଳିଙ୍ଗରେ ଭାରତ-କାତାର ମ୍ୟାଚ ସମ୍ଭାବନା

ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି): ଭାରତର ଅଘୋଷିତ କ୍ରୀଡ଼ା ରାଜଧାନୀଭାବେ ବିବେଚିତ ହେଉଥିବା ଭୁବନେଶ୍ୱରକୁ ଆସିବାରେ ଲାଗିଛି ଗୋଟିଏ ପରେ ଗୋଟିଏ ବଡ଼ ମ୍ୟାଚ। ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମୀ ପାଇଁ ଏଠାରେ ହକି ବିଶ୍ୱକପଠାରୁ ଆରମ୍ଭ କରି ଅନେକ ଜାତୀୟ/ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ସଫଳତାର ସହ ଆୟୋଜିତ ହୋଇସାରିଛି। ଆଗାମୀ ନଭେମ୍ବରରେ ଏଠାରେ ଉଭୟ ମହିଳା ଓ ପୁରୁଷ ବିଭାଗର ଅଲିମ୍ପିକ୍ସ କ୍ୱାଲିଫାୟର୍ସ ହକି ମ୍ୟାଚ ଅନୁଷ୍ଠିତ ହେବ। ଏବେ ମିଳିଛି ଆଉ ଏକ ବଡ଼ ଖବର। ୨୦୨୨ ଫିଫା ବିଶ୍ୱକପ ପାଇଁ ଆସନ୍ତା ବର୍ଷ ମାର୍ଚ୍ଚରେ ଏଠାରେ ଭାରତ ଓ କାତାର ମଧ୍ୟରେ ଯୋଗ୍ୟତା ପର୍ଯ୍ୟାୟ ଫୁଟବଲ ମ୍ୟାଚ ଅନୁଷ୍ଠିତ ହେବା ସମ୍ଭାବନା ଅଛି। ମଙ୍ଗଳବାର ରାଜ୍ୟ କ୍ରୀଡ଼ା ବିଭାଗ ନିର୍ଦ୍ଦେଶକ ଭିନିଲ କ୍ରିଷ୍ଣାଙ୍କ ଟୁଇଟ୍‌ ପରେ ଏହି ସମ୍ଭାବନା ଦୃଢ଼ୀଭୂତ ହୋଇଯାଇଛି। ଆସନ୍ତାବର୍ଷ ମାର୍ଚ୍ଚରେ କଳିଙ୍ଗ ଷ୍ଟାଡିୟମରେ ଭାରତ ଓ କାତାର ମ୍ୟାଚର ଆକ୍ସନ ନିକଟରୁ ଦେଖିବା ଆଶା ରହିଛି ବୋଲି ଭିନିଲ ଟୁଇଟ କରିଛନ୍ତି। ଫିଫା ବିଶ୍ୱକପର ୨୨ତମ ସଂସ୍କରଣ କାତାରରେ ନଭେମ୍ବର ୨୧ରୁ ଡିସେମ୍ବର ୧୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଆୟୋଜକ ଦେଶଭାବେ କାତାର ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରି ସାରିଛି। ତେଣୁ ସବୁକିଛି ଠିକ୍‌ ରହିଲେ ବିଶ୍ୱକପ ଖେଳିବାକୁ ଯାଉଥିବା ଏକ ଦଳର ଖେଳକୁ ଓଡ଼ିଶାର ଫୁଟବଲପ୍ରେମୀମାନେ ଅତି ନିକଟରୁ ଦେଖିବାର ସୁଯୋଗ ପାଇବେ। ପୂର୍ବରୁ କଳିଙ୍ଗ ଷ୍ଟାଡିୟମରେ ମହିଳା ଗୋଲ୍ଡକପ୍‌, ଆଇ-ଲିଗ୍‌, ଇଣ୍ଡିଆନ ସୁପର କପ୍‌, ଇଣ୍ଡିଆନ ସୁପରଲିଗ୍‌ ପରି ସମ୍ମାନଜନକ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ହୋଇ ସାରିଥିବାବେଳେ ୨୦୨୦ ସେପ୍ଟେମ୍ବର ୨୧ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଅନୁଷ୍ଠିତ ହେବାକୁ ଯାଉଛି। ଏବେ ପ୍ରଥମଥରପାଇଁ ଭାରତୀୟ ସିନିୟର ପୁରୁଷ ଫୁଟବଲ ଦଳ ଏଠାରେ ଏକ ଅନ୍ତର୍ଜାତୀୟ ମ୍ୟାଚ ଖେଳିବା ଏକପ୍ରକାର ନିଶ୍ଚିତ ମନେହେଉଛି। ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟ କାର୍ଯ୍ୟସୂଚୀ ଅନୁସାରେ ଭାରତ ଓ କାତାର ମ୍ୟାଚ ୨୦୨୦ ମାର୍ଚ୍ଚ ୨୬ରେ ଖେଳାଯିବା କାର୍ଯ୍ୟକ୍ରମ ରହିଛି। ଯଦି କଳିଙ୍ଗ ଷ୍ଟାଡିୟମରେ ମ୍ୟାଚ ହୁଏ ତେବେ କଳିଙ୍ଗ ଷ୍ଟାଡିୟମ ଇତିହାସରେ ଆଉଏକ ନୂତନ ଫର୍ଦ୍ଦ ଯୋଡ଼ିହେବ। ଭାରତୀୟ ସିନିୟର ପୁରୁଷ ଫୁଟବଲ ଦଳ ପ୍ରଥମଥର ପାଇଁ ଏଠାରେ ଏକ ମ୍ୟାଚ ଖେଳିବ। ଏହା ଓଡ଼ିଶାରେ ଫୁଟବଲକୁ କ୍ୟାରିୟର କରୁଥିବା ଖେଳାଳି ଓ ଫୁଟବଲ ପ୍ରେମୀଙ୍କ ପାଇଁ ନିଶ୍ଚିତଭାବେ ଏକ ଖୁସି ଖବର ଆଣିବ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri