୨୦୨୨ ଯାଏ ଜାରି ରହିପାରେ ସାମାଜିକ ଦୂରତ୍ୱ

ଓ୍ବାଶିଂଟନ,୧୭ା୪: କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ଅଦ୍ୟାବଧି ବିଶ୍ୱର କୌଣସି ରାଷ୍ଟ୍ର ଭାକ୍‌ସିନ ପ୍ରସ୍ତୁତ କରିପାରି ନାହାନ୍ତି। ସାମାଜିକ ଦୂରତ୍ୱ ବା ସୋସିଆଲ ଡିଷ୍ଟାନ୍ସିଂ ହିଁ ଏହି ଘାତକ ମହାମାରୀରୁ ମୁକ୍ତି ପାଇଁ ଏକମାତ୍ର ଔଷଧ ବୋଲି ବିବେଚନା କରାଯାଉଛି। ତେବେ ସୋସିଆଲ୍‌ ଡିଷ୍ଟାନ୍ସିଂ ଅବଲମ୍ବନ ଲାଗି କେବଳ ଗୋଟିଏ ଥର ଲକ୍‌ଡାଉନ୍‌ କରିଦେଲେ ଏହି ଭୂତାଣୁ ନିୟନ୍ତ୍ରଣକୁ ଆସିବ ନାହିଁ। ବର୍ଷ ବର୍ଷ ଧରି ମଝିରେ ମଝିରେ ଏହି ଉପାୟକୁ ଆପଣାଇବାକୁ ପଡ଼ିବ। ଅନ୍ତତଃ ୨୦୨୨ ପର୍ଯ୍ୟନ୍ତ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପଡ଼ିବ ବୋଲି ବୈଜ୍ଞାନିକମାନେ ଚେତାଇ ଦେଇଛନ୍ତି।
ଜର୍ନାଲ ସାଇନ୍ସରେ ପ୍ରକାଶିତ ନିବନ୍ଧ ଅନୁସାରେ ଥରେ ଲକ୍‌ଡାଉନ୍‌ କରିଦେବା ଫଳରେ ମହାମାରୀ କରୋନା ନିୟନ୍ତ୍ରଣକୁ ଆସିବ ନାହିଁ। କଟକଣା ନିରନ୍ତର ଲାଗି ନ ରହିଲେ ଏହାର ଅତିରିକ୍ତ ବୃଦ୍ଧି ବର୍ତ୍ତମାନଠାରୁ ଆହୁରି ଭୟଙ୍କର ହୋଇପାରେ। ଏପରି କି ଭାକ୍‌ସିନ ନ ବାହାରିଲେ ଅଥବା ପ୍ରଭାବଶାଳୀ ଚିକିତ୍ସା କରା ନ ଗଲେ ୨୦୨୫ ପର୍ଯ୍ୟନ୍ତ କରୋନା ଭାଇରସ୍‌ ପୁଣି ମୁଣ୍ଡ ଟେକିପାରେ ବୋଲି ହାଭାର୍ଡ ୟୁନିଭର୍ସିଟିର ଏପିଡେମିଓଲୋଜି ପ୍ରଫେସର ମାର୍କ ଲିପ୍‌ଷ୍ଟିକ୍‌ ସତର୍କ କରାଇଦେଇଛନ୍ତି। ବିଶ୍ୱବିଦ୍ୟାଳୟର ମହାମାରୀ ବିଜ୍ଞାନ ଆନୁକୂଲ୍ୟରେ ଅଧ୍ୟୟନର ନେତୃତ୍ୱ ନେଇଥିବା ଲିପ୍‌ଷ୍ଟିକ୍‌ କହିଛନ୍ତି, ସଂକ୍ରମଣ ମୁଖ୍ୟତଃ ଦୁଇ ପ୍ରକାର ଲୋକଙ୍କଠାରୁ ବଢ଼ିଥାଏ। ଗୋଟିଏ ହେଲା ସଂକ୍ରମିତ ଓ ଅନ୍ୟଟି ଅତି ସମ୍ବେଦନଶୀଳ ବ୍ୟକ୍ତିଙ୍କଠାରୁ। ଯଦି ପର୍ଯ୍ୟାପ୍ତ ପରିମାଣର ପ୍ରତିଷେଧକ ଉପଲବ୍ଧ ନ ଥିବ ତେବେ ବହୁସଂଖ୍ୟକ ଲୋକଙ୍କ ଜୀବନ ବିପଦ ମଧ୍ୟକୁ ଠେଲି ହୋଇଯିବା ଆଶଙ୍କା ରହିଛି। ୨୦୨୦ ଗ୍ରୀଷ୍ମରେ ଏହି ଭୂତାଣୁ ସଂକ୍ରମଣ ହ୍ରାସ ପାଇବ ବୋଲି ପୂର୍ବରୁ ଯାହା ଅନୁମାନ କରାଯାଉଥିଲା ତାହା ସମ୍ପୂର୍ଣ୍ଣ ଭାବେ ଭୁଲ ପ୍ରମାଣିତ ହୋଇଛି ବୋଲି ଲିପ୍‌ଷ୍ଟିକ୍‌ କହିଛନ୍ତି। ତାଙ୍କର ଏହି ରିପୋର୍ଟ ଆମେରିକା ସରକାରଙ୍କ ସାଇଣ୍ଟିଫିକ୍‌ ଆଡ୍‌ଭାଇଜରି ଗ୍ରୁପ୍‌ ଫର୍‌ ଏମର୍ଜେନ୍ସି (ସେଜ୍‌) ପକ୍ଷରୁ ଉନ୍ମୋଚିତ ହୋଇଛି। ହାଭାର୍ଡ ଟି.ଏଚ୍‌. ଚାନ୍‌ ସ୍କୁଲ୍‌ ଅଫ୍‌ ପବ୍ଲିକ୍‌ ହେଲ୍‌ଥର ଗବେଷକମାନେ ମଧ୍ୟ ଅନୁରୂପ ମତବ୍ୟକ୍ତ କରି ବିଶ୍ୱବାସୀଙ୍କୁ ସତର୍କ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri