Posted inଖେଳ

୨୦୨୩ ମହିଳା ବିଶ୍ୱକପ୍‌ ଆୟୋଜନରୁ ଓହରିଲା ବ୍ରାଜିଲ

ସାଓ ପାଉଲୋ,୯।୬(ଏପି): ୨୦୨୩ ଫିଫା ମହିଳା ବିଶ୍ୱକପ ଆୟୋଜନରୁ ବ୍ରାଜିଲ ଓହରିଯିବାକୁ ନିଷ୍ପତ୍ତି ନେଇଛି। ଆୟୋଜନ ନେଇ ବ୍ରାଜିଲ ତା’ର ବିଡ୍‌ ପ୍ରତ୍ୟାହାର କରିନେଇଛି। କୋଭିଡ୍‌-୧୯ ମହାମାରୀ କାରଣରୁ ବ୍ରାଜିଲ ଫିଫାକୁ ଆର୍ଥିକ ଆଶ୍ୱାସନା ଦେବାକୁ ଅକ୍ଷମତା ପ୍ରକାଶ କରିଛି। ଏ ନେଇ ବ୍ରାଜିଲ ଫୁଟବଲ କନଫେଡେରେଶନ (ବିଏଫ୍‌ସି) ସୋମବାର ଏ ନେଇ ସୂଚନା ଦେଇଛି। ପୂର୍ବରୁ ଦକ୍ଷିଣ ଆମେରିକାର କୌଣସି ଦେଶ ଏହି ଟୁର୍ନାମେଣ୍ଟ ଆୟୋଜନ କରି ନାହାନ୍ତି। ତେଣୁ ବିଏଫ୍‌ସି କଲମ୍ବିଆର ବିଡ୍‌କୁ ସମର୍ଥନ କରିବ ବୋଲି କହିଛି। ଏହି ମେଗା ଇଭେଣ୍ଟ ଆୟୋଜନ କରିବାକୁ ଜାପାନ ମଧ୍ୟ ବିଡ୍‌ ଦାଖଲ କରିଛି। ସେହିପରି ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଯୁଗ୍ମ ବିଡ୍‌ ଦାଖଲ କରିଛନ୍ତି। ତେବେ ଜାପାନ ଓ ଅଷ୍ଟ୍ରେଲିଆ- ନ୍ୟୁଜିଲାଣ୍ଡର ବିଡ୍‌କୁ ବିଏଫ୍‌ସି ସମର୍ଥନ କରିବ ନାହିଁ। ଏ ନେଇ ଜୁନ୍‌ ୨୫ ତାରିଖରେ ଅନ୍ତିମ ନିଷ୍ପତ୍ତି ନିଆଯିବ ବୋଲି କୁହାଯାଇଛି।
କୋଭିଡ୍‌ -୧୯ ମହାମାରୀ କାରଣରୁ ସୃଷ୍ଟି ହୋଇଥିବା ଆର୍ଥତ୍କ ବିପର୍ଯ୍ୟୟ ପାଇଁ ବ୍ରାଜିଲ ତା’ର ବିଡ୍‌ ପ୍ରତ୍ୟାହାର କରିନେଇଛି। ବ୍ରାଜିଲ ଏ ନେଇ ବଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫାକୁ ଅବଗତ କରିଛି। ଏଭଳି ପରିସ୍ଥିତିରେ ବିଶ୍ୱକପ୍‌ ଆୟୋଜନ ନେଇ ବିଡ୍‌ ଦାଖଲ କରିବା ଠିକ୍‌ ହେବ ନାହିଁ ବୋଲି ବ୍ରାଜିଲ ତରଫରୁ କୁହାଯାଇଛି। କୋଭିଡ୍‌-୧୯ କାରଣରୁ ବ୍ରାଜିଲ ଅର୍ଥନୀତି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି। ବ୍ରାଜିଲ ମଧ୍ୟ ଏହି ମହାମାରୀ ଦ୍ୱାରା ଅଧିକ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri