୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତଙ୍କ ଘରେ ଲାଗିବ ପାଣି ଟ୍ୟାପ୍‌

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ପ୍ରତ୍ୟେକଙ୍କ ଘରେ ପାଣି ଟ୍ୟାପ୍‌ ଲାଗିବ। ଫଳରେ ଲୋକଙ୍କୁ ଆଉ କଷ୍ଟ କରି ଘର ବାହାରକୁ ଆସି ପାଣି ସଂଗ୍ରହ କରିବାକୁ ପଡ଼ିବନାହିଁ। ଏହି ଯୋଜନାକୁ ବାସ୍ତବ ରୂପ ଦେବା ପାଇଁ ଜିଲା ସ୍ତରରେ ଗ୍ରାମାଞ୍ଚଳ ଜଳଯୋଗାଣର ସ୍ଥିତି କ’ଣ ରହିଛି ରିପୋର୍ଟ ଦେବାକୁ ଯନ୍ତ୍ରୀମାନଙ୍କୁ କୁହାଯାଇଛି। ଚଳିତ ମାସ ଶେଷ ସୁଦ୍ଧା ଏନେଇ ବିସ୍ତୃତ ରିପୋର୍ଟ ଦେବା ଲାଗି ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ମନ୍ତ୍ରୀ ପ୍ରତାପ ଜେନା ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଗ୍ରାମାଞ୍ଚଳରେ ବିଶୁଦ୍ଧ ପାନୀୟଜଳ ଯୋଗାଣ ନେଇ ମନ୍ତ୍ରୀ ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।
ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ ଗ୍ରାମାଞ୍ଚଳର ଲୋକଙ୍କ ଘରେ ପାଣି ଟ୍ୟାପ୍‌ ସ୍ଥାପନ ପୂର୍ବରୁ ସେହିସବୁ ଅଞ୍ଚଳରେ ଥିବା ପାରମ୍ପରିକ ଜଳ ଯୋଗାଣ ବ୍ୟବସ୍ଥାର ସବିଶେଷ ବିବରଣୀ ସଂଗ୍ରହ କରାଯାଉଛି। ପାଇପ୍‌ ଯୋଗେ ପାନୀୟଜଳ ଯୋଗାଣ ସହ ନଳକୂପ, ଗଭୀର କୂପ ଆଦିରୁ ଯୋଗାଯାଉଥିବା ଜଳର ତାଲିକା ମିଳିବା ପରେ ଲୋକଙ୍କ ଆବଶ୍ୟକତା ଅନୁଯାୟୀ କିଭଳି ସେମାନଙ୍କ ଘରେ ଜଳ ପହଞ୍ଚତ୍ବ ସେ ସଂକ୍ରାନ୍ତରେ ଯୋଜନା ଚୂଡ଼ାନ୍ତ ହେବ। ଇତି ମଧ୍ୟରେ ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୋଳ ଓ ନୂଆପଡ଼ା ୪ ଜିଲାରେ ଏହି ଯୋଜନା ଚୂଡ଼ାନ୍ତ ହୋଇସାରିଛି। ତେବେ ପୂର୍ବରୁ ପାନୀୟଜଳ ଯୋଗାଣ ପାଇଁ ସରକାର ଜିଲାୱାରୀ ଅର୍ଥ ପ୍ରଦାନ କରୁଥିବାବେଳେ ଖଣିଜଭିତ୍ତିକ ଜିଲାରେ ଅନ୍ୟ ସ୍ରୋତ ବିଶେଷ କରି ବିଭିନ୍ନ ସଂସ୍ଥାର ସିଏସ୍‌ଆର ପାଣ୍ଠି କିମ୍ବା ଖଣିଜ ଉନ୍ନୟନ ପାଣ୍ଠିରୁ ଅର୍ଥ ଆସି ଜଳଯୋଗାଣ ପାଇଁ ପଦକ୍ଷେପ ନିଆଯାଉଥିଲା। କିନ୍ତୁ ପ୍ରଥମଥର ପାଇଁ ରାଜ୍ୟ ସରକାର ଏଭଳି ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ରାଜ୍ୟ ସ୍ତରରେ ଏକକାଳୀନ ଅର୍ଥ ବରାଦ ହେବ। ଯଦ୍ଦ୍ବାରା ଯୋଜନା ରୂପାୟନ କରିବା କ୍ଷେତ୍ରରେ ଆଉ ପ୍ରତିବନ୍ଧକ ରହିବ ନାହିଁ। ରାଜ୍ୟବାସୀଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଇବା ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଥିବାବେଳେ ଏବେ ଏହି ଯୋଜନାକୁ ଧାର୍ଯ୍ୟ ସମୟ ମଧ୍ୟରେ କାର୍ଯ୍ୟକାରୀ କରିବା ଦିଗରେ ମନ୍ତ୍ରୀ ଜେନା ଗୁରୁତ୍ୱାରୋପ କରିଛନ୍ତି। ବୈଠକରେ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ କୁମାର ସିଂହ, ପାନୀୟଜଳ ନିର୍ଦ୍ଦେଶିକା ରୂପା ମିଶ୍ର, ମୁଖ୍ୟଯନ୍ତ୍ରୀ ଅଭୟ କୁମାର ବିଶ୍ୱାଳ, ବିଭାଗ ଅତିରିକ୍ତ ସଚିବ ଏସ୍‌.ଏନ୍‌.ଦାଶଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri