Posted inଖେଳ

୨୦୨୮ ଅଲିମ୍ପିକ୍ସରେ ଟପ୍‌-୧୦ ଫିନିଶ୍‌ ଲକ୍ଷ୍ୟ’

ମୁମ୍ବାଇ, ୧୩।୬(ପି.ଟି.)-୨୦୨୮ ଲସ୍‌ ଏଞ୍ଜେଲ୍ସ ଅଲିମ୍ପିକ୍ସର ପଦକ ତାଲିକାରେ ଟପ୍‌-୧୦ ଫିନିଶ୍‌ ଭାରତର ଲକ୍ଷ୍ୟ। ଆଗାମୀ ଦିନରେ ଭାରତ କେବଳ ଅଲିମ୍ପିକ୍ସରେ ଭାଗନେଉ ବୋଲି ଆମେ ଚାହୁଁନା, ସଫଳତା ହାର ମଧ୍ୟ ଉପରେ ରହିବା ଆବଶ୍ୟକ ବୋଲି କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ପ୍ରକାଶ କରିଛନ୍ତି। ତେଣୁ ୨୦୨୮ ଅଲିମ୍ପିକ୍ସରେ ଶ୍ରେଷ୍ଠ ୧୦ ଦେଶ ମଧ୍ୟରେ ଭାରତ ସ୍ଥାନ ପାଇବା ଆମର ଟାର୍ଗେଟ। ଏହି ଯୋଜନା ଓ ରଣନୀତି ନେଇ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ ଏବଂ ଜାତୀୟ ସ୍ପୋଟର୍‌ସ ଫେଡେରେଶନଗୁଡ଼ିକ କାର୍ଯ୍ୟ କରୁଛି ବୋଲି ସେ କହିଛନ୍ତି। ୨୦୨୦ ଅଲିମ୍ପିକ୍ସ କରୋନା ଭାଇରସ ସଂକ୍ରମଣ କାରଣରୁ ସ୍ଥଗିତ ରହିଛି। ଏହା ୨୦୨୧ରେ ହେବ। ୨୦୨୪ ଅଲିମ୍ପିକ୍ସ ପ୍ୟାରିସ ଏବଂ ୨୦୨୮ ଅଲିମ୍ପିକ୍ସ ଲସ୍‌ ଏଞ୍ଜେଲ୍ସରେ ଆୟୋଜିତ ହେବ।
ଭାରତ ୨୦୨୪ ଅଲିମ୍ପିକ୍ସରେ ମଧ୍ୟ ଉତ୍ତମ ପ୍ରଦର୍ଶନ କରିବ। ତେବେ ୨୦୨୮ ଅଲିମ୍ପିକ୍ସ ଉପରେ ମୁଖ୍ୟତଃ ଫୋକସ ରହିବ ବୋଲି ରିଜିଜୁ ପ୍ରକାଶ କରିଛନ୍ତି। ”ମୁଁ ନିଃସନ୍ଦେହରେ କହିପାରେ ଯେ, ଭାରତ ୨୦୨୪ ଅଲିମ୍ପିକ୍ସରେ ପୂର୍ବାପେକ୍ଷା ଉନ୍ନତ ପ୍ରଦର୍ଶନ କରିବ। ୨୦୨୮ ଅଲିମ୍ପିକ୍ସ ବେଳକୁ କିନ୍ତୁ ଆମେ ନିଜକୁ ଟପ୍‌-୧୦ରେ ଦେଖିବାକୁ ଚାହୁଁଛୁ ବୋଲି ସେ କହିଛନ୍ତି। ଟାର୍ଗେଟରେ ପହଞ୍ଚତ୍ବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟ ହାତକୁ ନିଆ ଯାଇଛି। ଖେଲୋ ଇଣ୍ଡିଆ ଏବଂ ଫିଟ୍‌ ଇଣ୍ଡିଆ ମୁଭମେଣ୍ଟ ପରି ଅନେକ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଅଲିମ୍ପିକ୍ସରେ କିପରି ଭାରତ ଅଧିକ ସଫଳତା ପାଇବ ଏହା ସମସ୍ତଙ୍କର ଲକ୍ଷ୍ୟ। ତେଣୁ ଖେଲୋ ଇଣ୍ଡିଆ ଓ ଫିଟ୍‌ ଇଣ୍ଡିଆ କାର୍ଯ୍ୟକ୍ରମ ଆରମ୍ଭ କରି ଭାରତରେ ଏକ କ୍ରୀଡ଼ା ସଂସ୍କୃତିର ମୂଳଦୁଆ ପକାଇବା ସମ୍ଭବ ହୋଇଛି। ଏହା ବ୍ୟତୀତ ତ୍ରୁଣମୂଳ ସ୍ତରରୁ ମଧ୍ୟ ପ୍ରତିଭା ଚିହ୍ନଟ କରାଯାଇ ସେମାନଙ୍କୁ ଉପଯୁକ୍ତ ସହଯୋଗ ଯୋଗାଇ ଦିଆଯାଉଛି ବୋଲି ରିଜିଜୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା…

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ…

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri