୨୦୩୦ ସୁଦ୍ଧା ଏଚ୍‌ଆଇଭି ମୁକ୍ତ ଓଡ଼ିଶା

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଜନସାଧାରଣଙ୍କୁ ଏଚ୍‌ଆଇଭି ତଥା ଏଡ୍‌ସ ବିଷୟରେ ଅଧିକ ସଚେତନ କରିବାକୁ ଓଡ଼ିଶା ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସମିତି (ଓସାକ୍ସ) ଦ୍ୱାରା ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ୨୦୩୦ ସୁଦ୍ଧା ଏଚ୍‌ଆଇଭି ସଂକ୍ରମଣର ମୂଳୋତ୍ପାଟନ କରି ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ରହିଛି। ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ଲୋକଙ୍କୁ ସଚେତନ କରିବା ଲାଗି ରାଜ୍ୟସ୍ତରୀୟ ପରେଡ୍‌ ପ୍ରଜ୍ଞାପନ ମେଢ଼ରେ ଓସାକ୍ସ ବିଭିନ୍ନ ସଚେତନଧର୍ମୀ ବାର୍ତ୍ତା ଦେଇଛି। ଏହାସହ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଆଦିବାସୀ ମେଳା ୨୦୨୦ରେ ଓସାକ୍ସ ପକ୍ଷରୁ ଏକ ସ୍ବତନ୍ତ୍ର ଷ୍ଟଲ୍‌ ଖୋଲାଯାଇଛି। ଷ୍ଟଲ୍‌କୁ ଓସାକ୍ସ ପ୍ରକଳ୍ପ ନିର୍ଦ୍ଦେଶକ ଗୁହା ପୁନମ୍‌ ତାପସ କୁମାର ଏବଂ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନ ନିର୍ଦ୍ଦେଶାଳୟ (ଏସ୍‌ଆଇଏଚ୍‌ ଆଣ୍ଡ୍‌ ଏଫ୍‌ଡବ୍ଲ୍ୟୁ) ନିର୍ଦ୍ଦେଶକ ଡ. ସରୋଜକାନ୍ତ ନାୟକ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଗୁହା ପୁନମ୍‌ କୁମାର କହିଥିଲେ, ସାରା ଦେଶରେ ଓଡ଼ିଶା ଅତ୍ୟଧିକ ଆଶଙ୍କା ପ୍ରବଣ ରାଜ୍ୟ ଭାବେ ପରିଗଣିତ ହେଉ ନ ଥିଲେ ମଧ୍ୟ ଦିନକୁ ଦିନ ଏଚ୍‌ଆଇଭି ସଂକ୍ରମଣ ବ୍ୟାପିବାରେ ଲାଗିଛି। ରାଜ୍ୟରେ ସଂକ୍ରମିତମାନେ ଅଧିକାଂଶ ପ୍ରବାସୀ ଓଡ଼ିଆ ହୋଇଥିବାବେଳେ ତାଙ୍କ ପରିବାର ପରବର୍ତ୍ତୀ ସମୟରେ ସଂକ୍ରମଣର ଶିକାର ହେଉଛନ୍ତି। ବିନା ମୂଲ୍ୟରେ ଉପଲବ୍ଧ ସ୍ବାସ୍ଥ୍ୟସେବା ଏବଂ ସଚେତନତା କାର୍ଯ୍ୟକ୍ରମ ଦ୍ୱାରା ଏଚ୍‌ଆଇଭି ସଂକ୍ରମଣକୁ ନିୟନ୍ତ୍ରଣାଧୀନ କରାଯାଇପାରିବ। ଦୀର୍ଘଦିନ ଧରି ସୁସ୍ଥ ଜୀବନଯାପନ ପାଇଁ ଏଆର୍‌ଟି ଔଷଧ ସେବନ କରିବାକୁ ସେ କହିଥିଲେ। ସେ ଆହୁରି କହିଥିଲେ, ଓଡ଼ିଶାରେ ଏଚ୍‌ଆଇଭି ସଂକ୍ରମିତ ବ୍ୟକ୍ତିଙ୍କ ପ୍ରତି ଘୃଣା ଓ ଭେଦଭାବ ବହୁ ପରିମାଣରେ ଦୂର ହୋଇଛି। ବିଭିନ୍ନ ସାମାଜିକ ସଂଗଠନ ଏବଂ ଜନସାଧାରଣଙ୍କ ସକାରାତ୍ମକ ମନୋଭାବ ଯୋଗୁ ଏହା ସମ୍ଭବ ହୋଇପାରିଛି। ସମସ୍ତଙ୍କ ସମ୍ମାନର ସହ ବଞ୍ଚିବାର ମୌଳିକ ଅଧିକାର ରହିଛି। ଏହାକୁ ଉପଲବ୍ଧି କରି ସମସ୍ତେ ଏକାଠି ହୋଇ ୨୦୩୦ ସୁଦ୍ଧା ଏଚ୍‌ଆଇଭି ମୁକ୍ତ ଓଡ଼ିଶା ଗଠନ କରିବାକୁ ସେ ଆହ୍ବାନ ଦେଇଥିଲେ। ଏହି ଅବସରରେ ଲୋକନୃତ୍ୟ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri