୨୦୪୦ ବେଳକୁ ପୃଥିବୀର ୩୩ଟି ଦେଶରେ ମିଳିବନି ପିଇବା ପାଣି: ୨ ଶହ ସହରରେ ସୃଷ୍ଟି ହେବ ଜଳସଙ୍କଟ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ଜଜଳବାୟୁ ପରିବର୍ତ୍ତନ, ବିଶ୍ୱତାପନ ଏବଂ ପ୍ରଦୂଷଣ ଯୋଗୁ ପୃଥିବୀ ଏବେ ଜଳ ସଙ୍କଟ ଦେଖାଦେଇଛି। ଲୋକଙ୍କୁ ପିଇବା ପାଣି ମିଳୁନି। ପୃଥିବୀର ୪ ଶହରୁ ଅଧିକ କୋଟି ଲୋକଙ୍କୁ ପିଇବା ପାଇଁ ପାଣି ମିଳୁ ନ ଥିବା ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ସେଥିମଧ୍ୟରୁ ଭାରତରେ ଏକ ଚତୁର୍ଥାଂଶ ଲୋକ ଅର୍ଥାତ୍‌ ପ୍ରାୟ ୩୦ କୋଟିରୁ ଅଧିକ ଲୋକଙ୍କ ପାଇଁ ପିଇବା ପାଣି ଏକ ସମସ୍ୟା ଭାବେ ଉଭା ହୋଇଛି। ଭାରତର ୫୦ ପ୍ରତିଶତ ଅଞ୍ଚଳରେ ପିଇବା ପାଣିର ଘୋର ଅଭାବ ରହିଛି। ପୃଥିବୀରେ ମହଜୁଦ୍‌ ଥିବା ଭୂତଳ ଜଳ ମଧ୍ୟରୁ ୨୪ ପ୍ରତିଶତ କେବଳ ଭାରତରେ ବ୍ୟବହୃତ ହେଉଛି। ଭାରତରେ ବର୍ଷାର ଅଭାବ ଯୋଗୁ ଜଳ ସଙ୍କଟ ବଢୁଥିବା କୁହାଯାଉଛି। ରିପୋର୍ଟରେ ଦର୍ଶାଯାଇଛି ୨୦୫୦ ବେଳକୁ ଦୁନିଆର ୨ ଶହ ପ୍ରମୁଖ ସହରରେ ଜଳସଙ୍କଟ ସୃଷ୍ଟି ହେବାର ଆଶଙ୍କା ରହିଛି। ପୃଥିବୀର ୩୩ ଦେଶରେ ଆସନ୍ତା ୨୦ ବର୍ଷ ମଧ୍ୟରେ ୨୦୪୦ ବେଳକୁ ଜଳ ସଙ୍କଟ ଉଗ୍ର ହେବ ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ଜଳବାୟୁ ପରିବର୍ତ୍ତନ ପ୍ରଭାବ ଏବେ ଚିଲିର ସାଣ୍ଟିାଆଗୋ ସହରରେ ପଡ଼ିଛି। ଦିନେ ହ୍ରଦର ସହରଥିବା ସାଣ୍ଟିଆଗୋ ଆଜି ମରୁଭୂମିରେ ପରିଣତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ୧୯୯୩ଠାରୁ ପ୍ରତିବର୍ଷ ମାର୍ଚ୍ଚ ୨୨କୁ ବିଶ୍ୱ ଜଳ ଦିବସ ଭାବେ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିୟୁଟି ପାର୍ଲର

ଉନ୍ନାଓ: କୌଣସି ମଧ୍ୟ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ବିଦ୍ୟାଳୟକୁ ଠିକ୍‌ ଭାବେ ଚଳାଇବା ସହ ଅନୁଶାସନ ବଜାୟ ରଖିବାର ସମ୍ପୂର୍ଣ୍ଣ...

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri