୨୦୯ ଦେଶ କଲବଲ

ଓ୍ବାଶିଂଟନ,୯।୪: ବିଶ୍ୱ ସ୍ଥିତି ଏବେ ଅସମ୍ଭାଳ ହୋଇପଡ଼ିଛି। ୨୦୯ ଦେଶରେ କରୋନା ଭୂତାଣୁର ରାଜୁତି ଚାଲିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧୫ ଲକ୍ଷ ୫୦ ହଜାର ଛୁଇଁଲାଣି। ଗୁରୁବାର ୩୨ ହଜାର ଲୋକ କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ବିଶ୍ୱରେ ମୃତ୍ୟୁସଂଖ୍ୟା ବଢ଼ି ୯୨,୦୦୪ରେ ପହଞ୍ଚିଛି। ଯଦିଓ ୩ ଲକ୍ଷ ୪୪ ହଜାର ଲୋକ ଆରୋଗ୍ୟ ଲାଭ କରିଲେଣି, ଦ୍ରୁତ ସଂକ୍ରମଣ ସ୍ଥିତି ୨୦୯ ଦେଶକୁ କଲବଲ କରିପକାଇଛି। ବିଶେଷକରି ବିଶ୍ୱର ସବୁଠାରୁ ବିତ୍ତଶାଳୀ ଦେଶ ଆମେରିକା ଓ ୟୁରୋପୀୟ ଦେଶଗୁଡ଼ିକ କରୋନା ଭୂତାଣୁରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛନ୍ତି। ଆମେରିକାରେ ୪ ଲକ୍ଷ ୪୦ ହଜାର ଆକ୍ରାନ୍ତ ଥିବାବେଳେ ୧୫,୭୯୮ ଜୀବନ ଗଲାଣି। ୟୁରୋପର ଇଟାଲୀ, ଜର୍ମାନୀ, ସ୍ପେନ୍‌, ବ୍ରିଟେନ, ଫ୍ରାନ୍ସ ଆଦି ଦେଶଗୁଡ଼ିକରେ ସ୍ଥିତି ଅସମ୍ଭାଳ ହୋଇପଡ଼ିଲାଣି। ଇଟାଲୀରେ ଭୂତାଣୁ ୧୭,୬୭୦ ଜୀବନ ନେଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୧.୪୦ ଲକ୍ଷ ଛୁଇଁଲା l ସ୍ପେନ୍‌ରେ ୧୫,୨୪୦ ମୁଣ୍ଡ ଗଡ଼ିଥିବା ବେଳେ ୧.୫୨ ଲକ୍ଷରୁ ଅଧିକ ସଂକ୍ରମିତ ଅଛନ୍ତି। ଗୁରୁବାର ଏଠାରେ ୪୪୬ ଜଣ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଜର୍ମାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୧.୧୪ ଲକ୍ଷ ଟପିଥିବା ବେଳେ ୨,୩୪୯ ଜୀବନ ଗଲାଣି। ଫ୍ରାନ୍ସରେ ୧୦,୮୭୦ ବ୍ୟକ୍ତି ପ୍ରାଣ ହରାଇଥିବା ଜଣାପଡ଼ିଛି। ଏଠାରେ ମୋଟ ୧,୧୩ ଲକ୍ଷ ରୋଗୀ ଥିବା ପ୍ରକାଶ। ବ୍ରିଟେନରେ ଭୂତାଣୁ ୭,୧୦୦ ମୁଣ୍ଡ ନେଲାଣି। ପ୍ରାୟ ୬୨ ହଜାର ଲୋକ ଏଠାରେ କରୋନା ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri