୨୦ ଖଣି ନିଲାମ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ରାଜ୍ୟ ସରକାର ୨୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ ପ୍ରସ୍ତୁତି ଚୂଡାନ୍ତ କରିଛନ୍ତି । ସେଥି ମଧ୍ୟରୁ ଶୁକ୍ରବାର ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ ୧୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅବଶିଷ୍ଟ ଖଣିର ବିଜ୍ଞପ୍ତି ଆସନ୍ତା ୧୪ ତାରିଖ ମଧ୍ୟରେ ପ୍ରକାଶ କରାଯିବ ବୋଲି ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ସେଥିରୁ ୧୨ଟି ଲୁହାପଥର, ୨ଟି ମାଙ୍ଗାନିଜ ଏବଂ ୬ଟି ଲୁହାପଥର ଓ ମାଙ୍ଗାନିଜ (ଉଭୟ ମିଶ୍ରିତ) ଖଣି ଦୁଇଟି ପର୍ଯ୍ୟାୟରେ ନିଲାମ ହେବ। ଲେଟର ଅଫ ଇଣ୍ଟେଣ୍ଟ ୨୦୨୦ ଜାନୁୟାରୀ ୪ରୁ ୧୪ ତାରିଖ ମଧ୍ୟରେ ପଠାଯିବ ବୋଲି ସୂଚନା ମିଳିଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୭ଟି ଲୁହାପଥର ଏବଂ ୩ଟି ଲୁହାପଥର ଓ ମାଙ୍ଗାନିଜ ଖଣିର ନିଲାମ ହେବ। ସେହି ଖଣିଗୁଡିକ ହେଲା ନୂଆଗାଁ, ଠାକୁରାଣୀ, ଜିଲିଙ୍ଗ, ଝରିବାହାଲ, ରୋଇଡା-୨, ଜୁରୁରୀ, ଗଣୁଆ ଲୁହାପଥର ଖଣି ଏବଂ ସିଲଝୋରା-କାଳିମାଟି, ନାରାୟଣପୋଷି ଓ ମହୁଲସୁଖ ଲୁହାପଥର ଓ ମାଙ୍ଗାନିଜ ଖଣି। ପ୍ରତ୍ୟେକ ଟେଣ୍ଡର ଫି’ ୫ ଲକ୍ଷ ରଖାଯାଇଛି।
କେନ୍ଦ୍ରରେ ମୋଦି ସରକାର କ୍ଷମତାକୁ ଆସିବା ପରେ ୨୦୧୫ରେ ଖଣି ଆଇନକୁ ସଂଶୋଧନ କରି ସମସ୍ତ ଖଣିକୁ ନିଲାମ କରିବାକୁ ନିଷ୍ପତ୍ତି ନେଇଥିଲେ। ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଦେଶର ୩୨୯ଖଣିର ଲିଜ୍‌ ଅବଧି ଶେଷ ହେଉଛି। ଏହି ସମୟ ମଧ୍ୟରେ ଓଡିଶାରୁ ୨୪ଟି ଖଣିର ଅବଧି ମଧ୍ୟ ଶେଷ ହେଉଛି। ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ୨ଟି କ୍ରୋମାଇଟ ଖଣି ପାଇଁ ବିଜ୍ଞପ୍ତି ପ୍ରକାଶ କରି ସାରିଛନ୍ତି। ତେବେ ଓଡିଶା ଖଣି ନିଗମର ସୁକିନ୍ଦା କ୍ରୋମାଇଟ ଖଣିକୁ ଟାଟା ଷ୍ଟିଲ୍‌ ପାଇଁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri