୨୦ ଜଣଙ୍କୁ ଗୁଳିକଲେ ସୈନ୍ୟ

ବ୍ୟାଙ୍କ୍‌କ,୯ା୨: ଥାଇଲାଣ୍ଡର ଜଣେ ସୈନ୍ୟ ଶନିବାର ମେଶିନ୍‌ ଗନ୍‌ରେ ନିରୀହ ଲୋକମାନଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇବା ଫଳରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନେକ ଆହତ ହୋଇଥିବା ଜଣାପଡିଛି। ଉତ୍ତରପୂର୍ବ ଥାଇଲାଣ୍ଡର ନଖୋନ ରାଟଚାସିମାରେ ଏହି ଗୁଳିକାଣ୍ଡ ଘଟିଥିବା ପୋଲିସ କହିଛି। ଆକ୍ରମଣକାରୀ ଏକ ସପିଙ୍ଗ୍‌ ମଲ୍‌ ସମ୍ମୁଖରେ କାର୍‌ରୁ ବାହାରି ଗୁଳି କରୁଥିବା ଓ ଲୋକେ ଭୟରେ ଦୌଡୁଥିବା ଭିଡିଓରେ ଦେଖିବାକୁ ମିଳିଛି। ତାଙ୍କୁ ଧରିବା ପାଇଁ ପୋଲିସ ଉଦ୍ୟମ ଚଳାଇଛି।
ଆକ୍ରମଣକାରୀ ଜାକ୍ରଫନ୍ଥ ଥୋମ୍ମା ସୈନ୍ୟବାହିନୀର ଜଣେ ଜୁନିୟର ଅଫିସର। ସେ କମାଣ୍ଡିଂ ଅଫିସରଙ୍କୁ ଗୁଳି କରିବା ପରେ ସେନା କ୍ୟାମ୍ପରୁ ବନ୍ଧୁକ ଓ ଗୁଳି ଚୋରାଇ ଆଣିଥିଲେ ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି। ପରେ ସେ ବୌଦ୍ଧମନ୍ଦିର ଓ ସପିଙ୍ଗ୍‌ ମଲ୍‌ ନିକଟରେ ଗୁଳି ଚଳାଇଥିଲେ। ଆକ୍ରମଣକାରୀ ଜଣକ ନିଜ ଫେସ୍‌ବୁକ୍‌ ଆକାଉଣ୍ଟରେ ଆକ୍ରମଣ ସମ୍ପର୍କରେ ପୋଷ୍ଟ କରିବା ସହ ସେ ଆତ୍ମସମର୍ପଣ କରିବେ କି ନାହିଁ, ସେନେଇ ମତାମତ ଲୋଡ଼ିଛନ୍ତି। ଏହା ପୂର୍ବରୁ ସେ ଗୋଟିଏ ପିସ୍ତଲ ଓ ୩ ରାଉଣ୍ଡ ଗୁଳିର ଫଟୋ ପୋଷ୍ଟ କରିଥିଲେ। ଏହା ଭାବପ୍ରବଣ ହେବାର ସମୟ ବୋଲି ସେଥିରେ ଲେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri