୨୦ ଜିଲାରୁ ୧୭୩ ଆକ୍ରାନ୍ତ, ପଶ୍ଚିମବଙ୍ଗରୁ ଫେରିଥିବା ଆଉ ୧୩ ଯବାନ ସଂକ୍ରମିତ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ନୂଆ ସଂକ୍ରମିତ ୧୮୬ଜଣଙ୍କ ମଧ୍ୟରୁ ୧୭୩ଜଣ ୨୦ ଜିଲାର। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାର ୨୧, ଝାରସୁଗୁଡ଼ାର ୨, କେନ୍ଦୁଝରର ୧୧, ଯାଜପୁରର ୧୨, ମାଲକାନଗିରିର ୧, କଟକର ୧୨, ଜଗତସିଂହପୁରର ୧୧, ଅନୁଗୋଳର ୧, ଢେଙ୍କାନାଳର ୨, ଭଦ୍ରକର ୧, ଗଜପତିର ୧୫, ବରଗଡ଼ର ୧୬, କନ୍ଧମାଳର ୨୨, କଳାହାଣ୍ଡିର ୧୬, ଗଞ୍ଜାମର ୪, ପୁରୀର ୭, ସୁନ୍ଦରଗଡ଼ର ୩, ବଲାଙ୍ଗୀରରୁ ୨, ମୟୂରଭଞ୍ଜର ୧୩, କେନ୍ଦ୍ରାପଡ଼ାର ଜଣେ ଅଛନ୍ତି। ସେହିଭଳି ପଶ୍ଚିମବଙ୍ଗରୁ ଅମ୍ଫନ୍‌ ମୁକାବିଲା ସାରି ଫେରିଥିବା ୧୩ଜଣ ଏନ୍‌ଡିଆର୍‌ଏଫ୍‌/ଓଡ୍ରାଫ୍‌/ ଅଗ୍ନିଶମ ବିଭାଗ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରବିବାର ସକାଳେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପ୍ରକାଶ ଯେ, ରାଜ୍ୟରେ ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୭୧ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୧୫ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଛି। ତେବେ ସେଥିରୁ ୨୫୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୦୧ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି କରୋନା ସଂକ୍ରମଣରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri