୨୦ ଜିଲାରୁ ୧୭୩ ଆକ୍ରାନ୍ତ, ପଶ୍ଚିମବଙ୍ଗରୁ ଫେରିଥିବା ଆଉ ୧୩ ଯବାନ ସଂକ୍ରମିତ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ନୂଆ ସଂକ୍ରମିତ ୧୮୬ଜଣଙ୍କ ମଧ୍ୟରୁ ୧୭୩ଜଣ ୨୦ ଜିଲାର। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାର ୨୧, ଝାରସୁଗୁଡ଼ାର ୨, କେନ୍ଦୁଝରର ୧୧, ଯାଜପୁରର ୧୨, ମାଲକାନଗିରିର ୧, କଟକର ୧୨, ଜଗତସିଂହପୁରର ୧୧, ଅନୁଗୋଳର ୧, ଢେଙ୍କାନାଳର ୨, ଭଦ୍ରକର ୧, ଗଜପତିର ୧୫, ବରଗଡ଼ର ୧୬, କନ୍ଧମାଳର ୨୨, କଳାହାଣ୍ଡିର ୧୬, ଗଞ୍ଜାମର ୪, ପୁରୀର ୭, ସୁନ୍ଦରଗଡ଼ର ୩, ବଲାଙ୍ଗୀରରୁ ୨, ମୟୂରଭଞ୍ଜର ୧୩, କେନ୍ଦ୍ରାପଡ଼ାର ଜଣେ ଅଛନ୍ତି। ସେହିଭଳି ପଶ୍ଚିମବଙ୍ଗରୁ ଅମ୍ଫନ୍‌ ମୁକାବିଲା ସାରି ଫେରିଥିବା ୧୩ଜଣ ଏନ୍‌ଡିଆର୍‌ଏଫ୍‌/ଓଡ୍ରାଫ୍‌/ ଅଗ୍ନିଶମ ବିଭାଗ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରବିବାର ସକାଳେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପ୍ରକାଶ ଯେ, ରାଜ୍ୟରେ ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୭୧ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୧୫ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଛି। ତେବେ ସେଥିରୁ ୨୫୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୦୧ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି କରୋନା ସଂକ୍ରମଣରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?