୨୦ ଟଙ୍କା ବଢ଼ିଲା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଶ୍ରମିକଙ୍କ ମଜୁରି

ଭୁବନେଶ୍ୱର, ୩୧।୩(ବ୍ୟୁରୋ): କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମଜୁରି ବୃଦ୍ଧି କରିଛନ୍ତି। ପୂର୍ବରୁ ଶ୍ରମିକମାନଙ୍କୁ ମିଳୁଥିବା ମଜୁରିରେ ଆଉ ୨୦ ଟଙ୍କା ବୃଦ୍ଧି କରାଯାଇଛି। ଏ ନେଇ ମଙ୍ଗଳବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଜଣାଇ ଦିଆଯାଇଛି। ଏହି ବର୍ଦ୍ଧିତ ରାଶି ୨୦୨୦ ଏପ୍ରିଲ ପହିଲାରୁ ଲାଗୁ କରାଯିବ।
ଓଡ଼ିଶାରେ ଏନ୍‌ଜିଏନ୍‌ଆର୍‌ଜିଏସ୍‌ରେ କାର୍ଯ୍ୟରତ ଶ୍ରମିକମାନେ ଦୈନିକ୧୮୮ ଟଙ୍କା ମଜୁରି ପାଉଥିଲେ। ଏହି ୨୦ ଟଙ୍କା ବୃଦ୍ଧି ହେବା ପରେ ଏପ୍ରିଲ ପହିଲାଠାରୁ ଶ୍ରମିକମାନଙ୍କୁ ଦୈନିକ ମଜୁରି ୨୦୮ ଟଙ୍କା ପ୍ରଦାନ କରାଯିବ। କେନ୍ଦ୍ର ସରକାର ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ବକେୟା ଥିବା ଏନ୍‌ଜିଏନ୍‌ଆର୍‌ଜିଏସ୍‌ ବାବଦ ୪ ହଜାର ୪ଶହ ୮୧ କୋଟି ଟଙ୍କା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ପାଇଁ ମଞ୍ଜୁରୀ କରିିଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ପର୍ଯ୍ୟାୟ ଅର୍ଥ ରାଶି ଏପ୍ରିଲ ୧୫ ସୁଦ୍ଧା ପଠାଇ ଦିଆଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ଦେଖି କେନ୍ଦ୍ର ସରକାର ସମଗ୍ର ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଶ୍ରମିକ ଶ୍ରେଣୀର ଲୋକମାନେ କାମଧନ୍ଦା ହରାଇ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେବେ ଶ୍ରମିକମାନେ କାର୍ଯ୍ୟ କରିବା ସମୟରେ କୋଭିଡ-୧୯ ଗାଇଡ୍‌ ଲାଇନ ଅନୁଯାୟୀ ସାମାଜିକ ଦୂରତ୍ୱକୁ କଡ଼ାକଡ଼ି ଭାବେ ପାଳନ କରିବା ସକାଶେ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ମଜୁରି ବୃଦ୍ଧି ଯୋଗୁ ଅନୁସୂଚିତ ଜାତି, ଜନଜାତି, ମହିଳା, କ୍ଷୁଦ୍ର ନାମମାତ୍ର ଚାଷୀ ଏବଂ ଗରିବ ଶ୍ରମିକ ଶ୍ରେଣୀର ଲୋକମାନେ ଏହାର ଫାଇଦା ପାଇବେ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri