୨୦ ଫୁଟ ଭଗ୍ନ ପୋଲ ତଳକୁ ଖସିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର

ବିଶୋଇ, ୬।୬(ଡି.ଏନ.ଏ): ମୟୁରଭଞ୍ଜ ଜିଲା ବିଶୋଇ ସ୍ଥିତ ୪୯ ନଂ ଜାତୀୟ ରାଜପଥ ନିକଟରେ ଗୁରୁବାର ଏକ ଟ୍ରକ ଭାରସାମ୍ୟ ହରାଇ ୨୦ ଫୁଟ ପୋଲ ତଳକୁ ଖସିପଡିଛି। ଉକ୍ତ ଟ୍ରକର ଡ୍ରାଇଭର ଓ ହେଲପର ଫେରାର ଥିବାବେଳେ ସେହି ଗାଡ଼ିରେ ଥିବା ଅନ୍ୟ ଏକ ଟ୍ରକର ଡ୍ରାଇଭର ଓ ହେଲପର ଆହତ ହୋଇଛନ୍ତି। ଆହତ ୨ଜଣ ହେଲେ ପଶ୍ଚିମବଙ୍ଗର ଛୋଟୁ ଯାଦବ(୨୨) ଓ ସରୋଜ ରୟ(୨୮)। ସୂଚନାଯୋଗ୍ୟ, ସକାଳ ପ୍ରାୟ ୫ଟାରେ ଏକ ପ୍ଲାଷ୍ଟିକ ଦାନା ବଝେଇ ଟ୍ରକ କୋଲକାତାରୁ ପୁନେ ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ବିଶୋଇଠାରେ ଥିବା ଏକ ଗ୍ରୀଡ଼ ୱାଲ ବିହୀନ ଭଗ୍ନ ପୋଲର ପ୍ରାୟ ୨୦ ଫୁଟ ତଳକୁ ଖସି ପଡ଼ିଥିଲା। ଏହା ଦେଖି ସ୍ଥାନୀୟ ଲୋକେ ଗାଡି ମଧ୍ୟରେ ଥିବା ଛୋଟୁ ଓ ସରୋଜଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବିଶୋଇ ପ୍ରାଥମିକ ଚିକିତ୍ସାଳୟ ପରେ ବାରିପଦା ପିଆରଏମ ମେଡିକାଲକୁ ସ୍ଥାନାନ୍ତରିତ କରିଥିଲେ। ଏହି ୨ ଜଣ ଆହତ ପୂର୍ବରୁ କାଞ୍ଜିପାଣି ଘାଟିରେ ସେମାନଙ୍କର ନିଜ ଟ୍ରକ ଖରାପ ହୋଇଯାଇଥିଲା। ଟ୍ରକର ମରାମତି ପାଇଁ ଏହି ଦୁର୍ଘଟଣାଗ୍ରସ୍ତ ଟ୍ରକରେ ଛୋଟୁ ଓ ସରୋଜ ଯାଉଥିଲେ ବୋଲି ଜଣାପଡ଼ିଛି। ।


Enter your email to get our daily news in your inbox.

All Right Reserved By Dharitri.Com

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri