୨୦ ବର୍ଷରେ ଏଡ୍‌ସରେ ଗଲାଣି ୨୮୮ ଜୀବନ

ଭଦ୍ରକ,୧ା୧୨(ସନାତନ ରାଉତ):ଡିସେମ୍ବର ୧ ହେଉଛି ବିଶ୍ୱ ଏଡ୍‌ସ ଦିବସ। ଏହି ଦିବସ ଉପଲକ୍ଷେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ଏଡ୍‌ସ ର ମୂଳୋତ୍ପାଟନ ହୋଇପାରୁନାହିଁ। ଏଡ୍‌ସ ନିୟନ୍ତ୍ରଣ ପାଇଁ କେବଳ ସଚେତନତା ହିଁ ବଡ଼ ଔଷଧ ହୋଇଥିବା ବେଳେ ଯୁବପିଢ଼ିଙ୍କ ମଧ୍ୟରେ ସଚେତନତାର ଅଭାବ ଦେଖାଦେଇଛି। ଭଦ୍ରକ ଜିଲାରେ ଗତ ୨୦୦୩ଠାରୁ ଏପର୍ଯ୍ୟନ୍ତ ଅର୍ଥାତ୍‌ ୨୦ ବର୍ଷରେ ୬ ଲକ୍ଷ ୧୨ ହଜାର ୭୭୧ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଛି। ସେମାନଙ୍କ ମଧ୍ୟରୁ ଏଡ୍‌ସରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧୫୭ ଜଣ ଆକ୍ରାନ୍ତ ଅଛନ୍ତି। ଏହାବ୍ୟତୀତ ରାଜ୍ୟ ବାହାରେ କାର୍ଯ୍ୟରତ ଥିବା ଏବଂ ବେସରକାରୀ ଭାବେ ଚିକିତ୍ସିତ ହେଉଥିବା ସଂଖ୍ୟା ଜିଲା ସ୍ବାସ୍ଥ୍ୟ ବିଭାଗ ପାଖରେ କୌଣସି ତଥ୍ୟ ନାହିଁ। କେତେକ ଏଡ୍‌ସ ଆକ୍ରାନ୍ତ ଲୋକଲଜ୍ଜା ଭୟରେ ନିଜର ରୋଗକୁ ଲୁଚାଉଥିବାରୁ ଜିଲା ଏଡସ୍‌ ସେଲ ପାଖରେ ଏହାର ତଥ୍ୟ ରହିପାରୁନାହିଁ। ଜିଲା ମୁଖ୍ୟ ଚିକିତ୍ସାଳୟରୁ ୭୬୦ ଜଣ ଆକ୍ରାନ୍ତ ଔଷଧ ସେବନ କରୁଛନ୍ତି। ଏହା ବାଦ୍‌ କେତେକ ଆକ୍ରାନ୍ତ ଅନ୍ୟ ଜିଲାରେ ଚିକିତ୍ସିତ ହେଉଛନ୍ତି। ସ୍ବାସ୍ଥ୍ୟ ବିଭାଗରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୦ ବର୍ଷ ମଧ୍ୟରେ ଭଦ୍ରକ ସଦର ବ୍ଲକରେ ସର୍ବାଧିକ ୨୫୬ ଜଣ ଆକ୍ରାନ୍ତ ହୋଇଥିବା ବେଳେ ବାସୁଦେବପୁର ବ୍ଲକରେ ୨୩୯, ଧାମନଗର ବ୍ଲକରେ ୧୪୩, ତିହିଡ଼ି ବ୍ଲକରେ ୧୨୫, ଚାନ୍ଦବାଲି ବ୍ଲକରେ ୯୮, ବନ୍ତରେ ୭୯, ଭଣ୍ଡାରିପୋଖରୀ ବ୍ଲକରେ ୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ବ୍ୟତୀତ ଅନ୍ୟ ଜିଲାରୁ ୧୬୭ ଜଣ, ଗର୍ଭବତୀ ମହିଳା ୯୦ ଏବଂ ୯୧ ଜଣ ଶିଶୁ ଆକ୍ରାନ୍ତ ହୋଇ ଚିକିତ୍ସିିତ ହେଉଛନ୍ତି। ଏନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷ କୁମାର ପାତ୍ର କହିଛନ୍ତି ଏଡ୍‌ସ ନିରାକରଣ ପାଇଁ ବ୍ୟାପକ ସଚେତନତାର ଆବଶ୍ୟକ ରହିଛି। ଜିଲା ଏଡ୍‌ସ ସେଲ ପକ୍ଷରୁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri