Posted inଖେଳ

୨୦ ହଜାରୁ ଅଧିକ ରନ୍‌, ୧୦୦୦ରୁ ଅଧିକ ଉଇକେଟ୍‌, ଏବେ ଚଲାଉଛନ୍ତି ଟ୍ରକ୍‌

ଅଲରାଉଣ୍ଡର ପ୍ରଦର୍ଶନ ଜରିଆରେ ନ୍ୟୁଜିଲାଣ୍ଡକ ବହୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଜିତାଇଥିବା ପୂର୍ବତନ ଖେଳାଳି କ୍ରିସ୍‌ କ୍ରେନ୍ସ ଏବେ ଟ୍ରକ୍‌ ଚଲାଉଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଅବସର ପରେ କ୍ରିସ କେନର୍‌ସ ମ୍ୟାଚ ଫିକ୍ସିଂ ଭଳି ଗୁରୁତର ଅଭିଯୋଗର ସମ୍ମୁଖୀନ ହୋଇଥିଲେ। ତାଙ୍କୁ ଭାରତୀୟ କ୍ରିକେଟ ଲିଗରେ ଫିକ୍ସିଂ କରାଯାଇଥିବା ଅଭିଯୋଗ ହୋଇଥିଲା। ଯାହାକୁ କ୍ରିସ କ୍ରେନ୍ସ ଅସ୍ବୀକାର କରିଥିଲେ। ମ୍ୟାଚ ଫିକ୍ସିଂରେ ନିଜେ ଦୋଷୀ ସାବ୍ୟସ୍ତ ହୋଇଥିବା ନ୍ୟୁଜିଲ୍ୟାଣ୍ଡର ପୂର୍ବତନ କ୍ରିକେଟର ଲୁ ଭିନ୍ସେଣ୍ଟ ଅଭିଯୋଗ କରିଛନ୍ତି ଯେ, କ୍ରିସ କ୍ରେନ୍ସ ତାଙ୍କୁ ଫିକ୍ସିଂ ପ୍ରସ୍ତାବ ଦେଇଥିଲେ। ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକକାଲମ ମଧ୍ୟ କ୍ରେନ୍ସଙ୍କ ନାଁ ଏହି ଅଭିଯୋଗ କରିଛନ୍ତି। ଏହି ଅଭିଯୋଗ କେବେ ପ୍ରମାଣିତ ହୋଇପାରି ନାହିଁ। ଏହି ଅଭିଯୋଗ ଆସିବା ପରେ କ୍ରେନ୍ସ ଦେବାଳିଆ ହୋଇଯାଇଥିଲେ। ପରିବାର ଚଳାଇବା ପାଇଁ ଅକଲାଣ୍ଡର ଏକ ଆଶ୍ରୟସ୍ଥଳୀରେ ବସ ଧୋଇବାକୁ ପଡୁଥିଲା। କେବଳ ଏତିକି ନୁହେଁ, ସେ ଅକଲାଣ୍ଡ ନଗରପାଳିକା ପାଇଁ ଏକ ଟ୍ରକ ଚଲାଉଛନ୍ତି। ବସ୍‌ ଧୋଉଛନ୍ତି।
କ୍ରିସ କ୍ରେନ୍ସଙ୍କ କ୍ରିକେଟ କ୍ୟାରିୟର ବେଶ୍‌ ଲମ୍ବା ଥିଲା। ୧୯୮୯ରେ ଆନ୍ତର୍ଜାତୀୟ କ୍ରିକେଟରେ ପ୍ରବେଶ କରିଥିବା କ୍ରେନ୍ସ ନ୍ୟୁଜିଲାଣ୍ଡ ପାଇଁ ୬୨ଟି ଟେଷ୍ଟରେ ୩୩୨୦ ରନ ସଂଗ୍ରହ କରିବା ସହ ୨୧୮ଟି ଉଇକେଟ ନେଇଥିଲେ । ସେ ୨୧୫ଟି ଏକଦିବସୀୟରେ ୪୯୫୦ ରନ ସ୍କୋର କରିବା ସହ ୨୦୧ଟି ଉଇକେଟ ନେଇଥିଲେ। ଏହି ସମୟ ମଧ୍ୟରେ ସେ ଅନ୍ତର୍ଜାତୀୟ କ୍ରିକେଟରେ ୯ଟି ଶତକ ଏବଂ ୪୮ଟି ଅର୍ଦ୍ଧଶତକ ହାସଲ କରିଥିଲେ। ଟେଷ୍ଟରେ ସେ ୧୩ଥର ପାଞ୍ଚଟି ଉଇକେଟ ନେଇଛନ୍ତି ଏବଂ ଥରେ ମ୍ୟାଚରେ ୧୦ଟି ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri