୨୦ ହଜାର କୋଚ୍‌ରେ ହେବ ଆଇସୋଲେଶନ ୟୁନିଟ୍‌

ନୂଆଦିଲ୍ଲୀ,୩୧। ୩: କୋଭିଡ୍‌-୧୯ରେ ସଂକ୍ରମିତ ବ୍ୟକ୍ତିଙ୍କ ଚିକିତ୍ସା ଲାଗି ରେଲଓ୍ବେ ଆଗେଇ ଆସିଛି। ଏହାର ୨୦ ହଜାର କୋଚ୍‌କୁ ଆଇସୋଲେଶନ ୟୁନିଟରେ ରୂପାନ୍ତରିତ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏଥିଲାଗି ପ୍ରସ୍ତୁତ ରହିବାକୁ ରେଳ ବୋର୍ଡ ପକ୍ଷରୁ ଏହାର ଜୋନ ସ୍ତରୀୟ ୟୁନିଟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତୀୟ ରେଳପଥର ୧୭ ଜୋନ ପକ୍ଷରୁ ୫ ହଜାର କୋଚ୍‌କୁ ପ୍ରାରମ୍ଭିକ ଭାବେ ଆଇସୋଲେଶନ ୟୁନିଟରେ ରୂପାନ୍ତରିତ କରିବା ଲାଗି ପ୍ରକ୍ରିୟା ଆରମ୍ଭ କରାଯାଇଥିବା ପ୍ର୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ରେଲଓ୍ବେର ରୁଲିଂ ଷ୍ଟକ୍‌ ପ୍ରଡକ୍ସନ ୟୁନିଟଗୁଡିକରେ ମେଡିକାଲ ଯନ୍ତ୍ରାଂଶ ପ୍ରସ୍ତୁତି ଲାଗି ଗତ ସପ୍ତାହରେ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ସୋମବାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାରା ଦେଶରେ ୧୦୦୦ ଟପିଥିବା ବେଳେ ଏହାକୁ ପ୍ରତିରୋଧ କରିବା ନେଇ ଏବେ ପ୍ରସ୍ତୁତି ଜୋର୍‌ଦାର କରାଯାଇଛି। ଆବଶ୍ୟକ ପଡ଼ିଲେ ୨୦ ହଜାର କୋଚ୍‌କୁ ଆଇସୋଲେଶନ ୟୁନିଟରେ ରୂପାନ୍ତରିତ କରିବା ନେଇ ଯୋଜନା ହାତକୁ ନିଆଯିବ ବୋଲି ଅଧିକାରୀ ଜଣକ ମତ ରଖିଛନ୍ତି। ପ୍ରକ୍ରିୟାକୁ ୫ ହଜାର କୋଚ୍‌ରୁ ଆରମ୍ଭ କରାଯାଇଛି। କେବେ ସୁଦ୍ଧା ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ଜାରି କରାଯିବ ସେ ନେଇ ସମୟସୀମା ଧାର୍ଯ୍ୟ କରାଯାଇ ନାହିଁ। ଗତ ସପ୍ତାହରେ କୋଚ୍‌ରେ ଆଇସୋଲେଶନ ଓ୍ବାର୍ଡର ଏକ ପ୍ରୋଟୋଟାଇପ ରେଳପଥ ପକ୍ଷରୁ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri