୨୦ ହଜାର ଲାଞ୍ଚ: ସହକାରୀ ନିର୍ଦ୍ଦେଶକ ଗିରଫ: ଘରୁ ବାହାରିଲା ୧୮ ଲକ୍ଷ ୩୦ ହଜାର ଟଙ୍କା

କଟକ ଅଫିସ, ୬।୧୧:ଓଡ଼ିଶା ଟେକ୍ସଟ୍‌ ବୁକ ପ୍ରଡକ୍ସନ ଆଣ୍ଡ ମାର୍କେଟିଂର ସହକାରୀ ନିର୍ଦ୍ଦେଶକ ପ୍ରସନ୍ନ କୁମାର ସେନାପତିଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେନାପତି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଏହି ଲାଞ୍ଚ କଟକର ନିର୍ମଳ କୁମାର ଜେନା ନାମକ ଜଣେ ବ୍ୟକ୍ତିଙ୍କଠାରୁ ଗ୍ରହଣ କରୁଥିଲେ। ନିର୍ମଳ ହେଉଛନ୍ତି ତାରେଣୀ ଏଣ୍ଟରପ୍ରାଇଜର୍ସର ଜଣେ ଅଂଶୀଦାର (ପାର୍ଟନର)। ଜେନାଙ୍କୁ ଅଧିକ ବହି ଛପାଇବା ନିମନ୍ତେ କାର୍ଯ୍ୟାଦେଶ ଦେବାକୁ ସେନାପତି ଏହି ଲାଞ୍ଚ ଦାବି କରିଥିଲେ। ପୂର୍ବରୁ ଜେନା ୬୩୦୦ ବହି ଛପାଇବା କାର୍ଯ୍ୟାଦେଶ ପାଇଛନ୍ତି। ମଙ୍ଗଳବାର ନିଜ ଅଫିସ ଚାମ୍ବରରେ ବସି ସହକାରୀ ନିର୍ଦ୍ଦେଶକ ସେନାପତି ପୂର୍ବ ଦାବି ଅନୁଯାୟୀ ନିର୍ମଳଙ୍କଠାରୁ ୨୦ ହଜାର ଟଙ୍କା ଗ୍ରହଣ କରିଥିଲେ। ଏହି ସମୟରେ ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନର କର୍ମଚାରୀମାନେ ତାଙ୍କୁ କାବୁ କରିଥିଲେ। ଏହା ପରେ ଭିଜିଲାନ୍ସ ପକ୍ଷରୁ ସେନାପତିଙ୍କ କଟକସ୍ଥିତ ଘର ଓ ଭୁବନେଶ୍ୱରସ୍ଥ ସରକାରୀ କ୍ବାର୍ଟର୍ସକୁ ଯାଞ୍ଚ କରାଯାଇଥିଲା। ଯାଞ୍ଚବେଳେ ତାଙ୍କ ଘରୁ ନଗଦ ୧୮ ଲକ୍ଷ ୩୦ହଜାର ଟଙ୍କା ଓ ୨୩ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଠାବ କରାଯାଇଛି। ଏ ସମ୍ପର୍କରେ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ୫୧/୨୦୧୯ରେ ଏକ ମାମଲା ରୁଜୁ କରାଯିବା ସହ ସେନାପତିଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri