୨୦ ହଜାର ଲାଞ୍ଚ: ସହକାରୀ ନିର୍ଦ୍ଦେଶକ ଗିରଫ: ଘରୁ ବାହାରିଲା ୧୮ ଲକ୍ଷ ୩୦ ହଜାର ଟଙ୍କା

କଟକ ଅଫିସ, ୬।୧୧:ଓଡ଼ିଶା ଟେକ୍ସଟ୍‌ ବୁକ ପ୍ରଡକ୍ସନ ଆଣ୍ଡ ମାର୍କେଟିଂର ସହକାରୀ ନିର୍ଦ୍ଦେଶକ ପ୍ରସନ୍ନ କୁମାର ସେନାପତିଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେନାପତି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଏହି ଲାଞ୍ଚ କଟକର ନିର୍ମଳ କୁମାର ଜେନା ନାମକ ଜଣେ ବ୍ୟକ୍ତିଙ୍କଠାରୁ ଗ୍ରହଣ କରୁଥିଲେ। ନିର୍ମଳ ହେଉଛନ୍ତି ତାରେଣୀ ଏଣ୍ଟରପ୍ରାଇଜର୍ସର ଜଣେ ଅଂଶୀଦାର (ପାର୍ଟନର)। ଜେନାଙ୍କୁ ଅଧିକ ବହି ଛପାଇବା ନିମନ୍ତେ କାର୍ଯ୍ୟାଦେଶ ଦେବାକୁ ସେନାପତି ଏହି ଲାଞ୍ଚ ଦାବି କରିଥିଲେ। ପୂର୍ବରୁ ଜେନା ୬୩୦୦ ବହି ଛପାଇବା କାର୍ଯ୍ୟାଦେଶ ପାଇଛନ୍ତି। ମଙ୍ଗଳବାର ନିଜ ଅଫିସ ଚାମ୍ବରରେ ବସି ସହକାରୀ ନିର୍ଦ୍ଦେଶକ ସେନାପତି ପୂର୍ବ ଦାବି ଅନୁଯାୟୀ ନିର୍ମଳଙ୍କଠାରୁ ୨୦ ହଜାର ଟଙ୍କା ଗ୍ରହଣ କରିଥିଲେ। ଏହି ସମୟରେ ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନର କର୍ମଚାରୀମାନେ ତାଙ୍କୁ କାବୁ କରିଥିଲେ। ଏହା ପରେ ଭିଜିଲାନ୍ସ ପକ୍ଷରୁ ସେନାପତିଙ୍କ କଟକସ୍ଥିତ ଘର ଓ ଭୁବନେଶ୍ୱରସ୍ଥ ସରକାରୀ କ୍ବାର୍ଟର୍ସକୁ ଯାଞ୍ଚ କରାଯାଇଥିଲା। ଯାଞ୍ଚବେଳେ ତାଙ୍କ ଘରୁ ନଗଦ ୧୮ ଲକ୍ଷ ୩୦ହଜାର ଟଙ୍କା ଓ ୨୩ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଠାବ କରାଯାଇଛି। ଏ ସମ୍ପର୍କରେ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ୫୧/୨୦୧୯ରେ ଏକ ମାମଲା ରୁଜୁ କରାଯିବା ସହ ସେନାପତିଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri