୨୧ଜଣଙ୍କୁ ଆଦର୍ଶ ସମ୍ମାନ ୨୦୧୯

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀ ଅହିଂସାର ମୂଳମନ୍ତ୍ର ଥିଲେ। ତାଙ୍କର ତ୍ୟାଗ ଆଜି ଦେଶକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେଲେ ତାହା ହିଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ଏଠାରେ ମତପ୍ରକାଶ ପାଇଛି। ଡୁଡ୍‌ନୁ ଫାଉଣ୍ଡେଶନ ପକ୍ଷରୁ ବୁଧବାର ସ୍ଥାନୀୟ ଇଡ୍‌କଲ ଅଡିଟୋରିୟମ୍‌ଠାରେ ଅନୁଷ୍ଠିତ ଦ୍ୱିତୀୟ ଆଦର୍ଶ ସମ୍ମାନ ସମାରୋହରେ ଯୋଗଦେଇଥିବା ବକ୍ତାମାନେ ଏହା କହିଥିଲେ। ସମାରୋହକୁ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ଉଦ୍‌ଘାଟନ କରି ଗାନ୍ଧିଜୀଙ୍କ ଜୀବନ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥିଭାବେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଲେଖକ ଶୁଭ୍ରାଂଶୁ ପଣ୍ଡା ଏବଂ ଓଡ଼ିଶା ଖଦିବାଦୀ ଫୋରମ୍‌ର ଅଧ୍ୟକ୍ଷା ଡ. ରୀନା ରାଉତରାୟ ଯୋଗଦେଇ ଗାନ୍ଧିଜୀଙ୍କ ଅହିଂସା ଓ ତ୍ୟାଗପୂତ ଜୀବନୀ ଉପରେ ଆଲୋକପାତ କରିଥିଲେ। ଡୁଡ୍‌ନୁ ଫାଉଣ୍ଡେଶନର ଅଧ୍ୟକ୍ଷା ବନ୍ଦନା ହରିଚନ୍ଦନ କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ଫାଉଣ୍ଡେଶନର କାର୍ଯ୍ୟଧାରା ସମ୍ପର୍କରେ କହିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ବାଧୀନତା ସଂଗ୍ରାମୀ ସହଦେବ ବେହେରା, ଶହୀଦ ପ୍ରସନ୍ନ କୁମାର ସାହୁ, ଶହୀଦ ମନୋଜ କୁମାର ବେହେରା, କବି ରକ୍ଷକ ନାୟକ, ଏସ୍‌.ରାଜୀବ ଗୌରବ, ଡ. ଅଜୟ ସ୍ବାଇଁ, ମଧୁସୂଦନ ଦାସ, ଗୟାଧର ପରିଡ଼ା, ମୀରା ପରିଡ଼ା ଓ ଶଙ୍କର୍ଷଣ ପରିଡ଼ାଙ୍କ ଭଳି ୨୧ଜଣ ପ୍ରତିଭାଙ୍କୁ ୨୦୧୯ ଲାଗି ଆଦର୍ଶ ସମ୍ମାନ ପ୍ରଦାନ କରାଯାଇଥିଲା। ଡ. ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ବିକାଶ ରଞ୍ଜନ ରାଉତ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?