୨୧ରେ ବିଜେପୁର ଉପନିର୍ବାଚନ: ପୋଲିସ ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା

ବରଗଡ଼ ଅଫିସ,୯।୧୦- ଆସନ୍ତା ୨୧ ତାରିଖରେ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ। ଉପନିର୍ବାଚନକୁ ଶୃଙ୍ଖଳିତ, ଅବାଧ ଓ ନିରପେକ୍ଷଭାବେ ସମାପନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର ବରଗଡ ଜିଲା ପୋଲିସ ମୁଖ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ବି. କେ ଶର୍ମା ଉପସ୍ଥିତ ରହି ଉପନିର୍ବାଚନ ନେଇ ପୋଲିସର ପ୍ରସ୍ତୁତି ଉପରେ ସମୀକ୍ଷା କରିଥିଲେ। ଏହା ସହିତ ସୁରକ୍ଷା ବ୍ୟବସ୍ଥା ଉପରେ ପୋଲିସ ଅଧିକାରୀମାନଙ୍କୁ ସେ ବିଭିନ୍ନ ପରାମର୍ଶ ଦେଇଥିଲେ। ସେହିପରି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଆର୍‌. ପି କୋଚେ, ସ୍ପେଶାଲ ଡିଜିପି ସୁନିଲ ରାୟ, ଆଇଜିପି ଆର୍‌. କେ ଶର୍ମା, ଅମିତାଭ ଠାକୁର, ଉତ୍ତରାଞ୍ଚଳ ଡିଆଇଜି ଏଚ୍‌. କେ. ଲାଲ, ସମ୍ବଲପୁର ଏସ୍‌ପି କେ. ବି. ସିଂ, ବଲାଙ୍ଗୀର ଏସ୍‌ପି ଏମ୍‌. ଏସ୍‌ ସମ୍ପତ୍‌, ବରଗଡ଼ ଏସ୍‌ପି ପଦ୍ମିନୀ ସାହୁ, ସୋନପୁର ଏସ୍‌ପି ଦେବୀ ପ୍ରସାଦ ଦାଶ, ଝାରସୁଗୁଡ଼ା ଏସ୍‌ପି ଅଶ୍ବିନୀ କୁମାର ମହାନ୍ତି ପ୍ରମୁଖ ବୈଠକରେ ଉପସ୍ଥିତ ଥିବାବେଳେ ଉପ ନିର୍ବାଚଚନ ସମୟରେ ଅପରାଧ ନିୟନ୍ତ୍ରଣ ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri