୨୧ରେ ବିଜେପୁର ଲଢ଼େଇ: ଦୁଇ ଦିନ ପ୍ରଚାର କରିବେ ନବୀନ !

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନ ଲାଗି ରାଜ୍ୟ ରାଜନୀତି ସରଗରମ। ଆସନ୍ତା ୨୧ରେ ଭୋଟ ଗ୍ରହଣ ହେବାକୁ ଘୋଷଣା ହୋଇଥିବା ବେଳେ ଗୁରୁବାର ତିନି ପ୍ରମୁଖ ଦଳ ନିଜର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ଏଥିରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଜଣାପଡ଼ିଛି। ତେବେ ନବୀନ ଆସନ୍ତା ୧୭ ଓ ୧୮ରେ ବିଜେପୁର ଯିବାର ସମ୍ଭାବନା ରହିଛି। ଏହି ଦୁଇ ଦିନି ଦିନିଆ କାର୍ଯ୍ୟକ୍ରମ ସମୟରେ ସେ ସେଠାରେ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି। ସେ ବିଜେପୁର, ଗାଇସିଲେଟ ଏବଂ ବରପାଲିରେ ନିର୍ବାଚନ ପ୍ରଚାର କରିପାରନ୍ତି। ଏପରିକି ସେଠାରେ ପଥପ୍ରାନ୍ତ ସଭା, ରୋଡ ଶୋ’ ଆଦି କରିବାର କାର୍ଯ୍ୟକ୍ରମ ରହିଛି।

ସୂଚନାଯୋଗ୍ୟ, ଅକ୍ଟୋବର ୨୧ରେ ହେବାକୁ ଥିବା ବିଜେପୁର ଲଢ଼େଇ ପାଇଁ ବିଜେଡି ଏବଂ କଂଗ୍ରେସ ପକ୍ଷରୁ ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଥିବା ବେଳେ ଭାଜପା ୨୪ ଜଣଙ୍କୁ ଷ୍ଟାର ପ୍ରଚାରକ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri