Posted inଜାତୀୟ

୨୧ ବର୍ଷର ରେକର୍ଡ: ଯେଉଁ ଦଳ ଦିଲ୍ଲୀ ଜିତିଛି ସେହି ଦଳ କେନ୍ଦ୍ରରେ ଗଢ଼ିଛି ସରକାର !

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀର ୭ ଲୋକ ସଭା ଆସନ ଅତି ଗୁରୁତ୍ୱପୂର୍ଣ୍ଣ। ଗତ ୨୧ ବର୍ଷ ଧରି ଏସବୁ ଆସନ ନେଇ ଏକ ରେକର୍ଡ ରହିଛି। ଏସବୁ ଆସନରୁ ଅଧିକ ଆସନରେ ବିଜୟ ହୋଇଥିବା ଦଳ କେନ୍ଦ୍ରରେ ସରକାର ଗଢ଼ିବାକୁ ସକ୍ଷମ ହୋଇଛି। ଦିଲ୍ଲୀରେ ୧୯୯୮ଠାରୁ ଏହି ଧାରା ଜାରି ରହିଛି। ୧୯୯୮ରେ ଭାଜପା ଏଠାକାର ୭ ଆସନରୁ ୬ରେ ବିଜୟ ଲାଭ କରିଥିଲା। ଏବଂ କେନ୍ଦ୍ରରେ ଏନଡିଏ ସରକାର ଗଠନ ହୋଇଥିଲା। ପରେ ୧୯୯୯ର ୧୩ତମ ଲୋକ ସଭା ନିର୍ବାଚନରେ ଭାଜପା ଏଠାରେ ସମସ୍ତ ଆସନରେ ବିଜୟ ହୋଇଥିଲା। କେନ୍ଦ୍ରରେ ଅଟଳ ବିହାରୀ ବାଜପେୟୀଙ୍କ ସରକାର ଗଠନ ହୋଇଥିଲା। ଏହାପରେ ୨୦୦୪ରେ କଂଗ୍ରେସ ଏଠାରେ ୬ ଆସନରେ ବିଜୟ ହୋଇଥିବାବେଳେ କେନ୍ଦ୍ରରେ ମନମୋହନ ସିଂଙ୍କ ସରକାର ଗଠନ ହୋଇଥିଲା। ୨୦୦୯ରେ କଂଗ୍ରେସ ଏଠାକାର ସମସ୍ତ ଆସନରେ ବିଜୟ ହୋଇଥିଲା। ଫଳରେ ୟୁପିଏ ସରକାରଙ୍କ ଦ୍ୱିତୀୟ ଇନିଂସ୍‌ ଆରମ୍ଭ ହୋଇଥିଲା। ତେବେ ୨୦୧୪ରେ ଭାଜପା ଏଠାରେ ସମସ୍ତ ଆସନରେ ବିଜୟ ହୋଇଥିଲା ଏବଂ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଗଠନ ହୋଇଥିଲା। ତେବେ ଚଳିତ ୨୦୧୯ ଲୋକ ସଭା ନିର୍ବାଚନରେ ଏଠାରେ ମଇଦାନରେ ରହିଛନ୍ତି ୩୪୯ ପ୍ରାର୍ଥୀ। ମାତ୍ର ପ୍ରତିଦ୍ୱନ୍ଦ୍ୱିତା ମୁଖ୍ୟତଃ ଭାଜପା, କଂଗ୍ରେସ ଏବଂ ଆମ୍‌ ଆଦମୀ ପାର୍ଟି ମଧ୍ୟରେ ହେବ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ୧୯୫୧ରେ ଦେଶର ପ୍ରଥମ ଲୋକ ସଭା ନିର୍ବାଚନ ସମୟରେ ଦିଲ୍ଲୀରେ ୪ଟି ଆସନ ଥିଲା। ପରେ ୧୯୬୭ରେ ଏହାକୁ ୭କୁ ବୃଦ୍ଧି କରାଯାଇଥିଲା। ସେହି ଆସନଗୁଡିକ ହେଉଛି ନୂଆଦିଲ୍ଲୀ, ପୂର୍ବ ଦିଲ୍ଲୀ, ଉତ୍ତର-ପୂର୍ବ ଦିଲ୍ଲୀ, ଚାନ୍ଦିନୀ ଚୌକ, ପଶ୍ଚିମ ଦିଲ୍ଲୀ, ଉତ୍ତର-ପଶ୍ଚିମ ଦିଲ୍ଲୀ ଓ ଦକ୍ଷିଣ ଦିଲ୍ଲୀ ।


Enter your email to get our daily news in your inbox.

All Right Reserved By Dharitri.Com

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri