୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ, ମହିଳା ଗିରଫ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): କେତେକ ସ୍ବୟଂ ସହାୟକ ଗୋଷ୍ଠୀ ଓ ମହିଳାଙ୍କଠାରୁ ୨୧ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଜଣେ ମହିଳାଙ୍କୁ ରବିବାର ଗିରଫ କରିଛି। ସେ ହେଲେ ସାଲିଆ ସାହି ନୀଳକଣ୍ଠ ବସ୍ତି ଅଞ୍ଚଳରେ ରହୁଥିବା କନ୍ଧମାଳ ଜିଲାର ଅଞ୍ଜନା ମହାକୁଡ। ଅଞ୍ଜନା ମଧ୍ୟ ଏକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା ଅଛନ୍ତି। ସ୍ବାମୀ ଓ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା କହି ୬ଜଣଙ୍କଠାରୁ ଉକ୍ତ ଟଙ୍କା ନେଇ ତାହାକୁ ଆଉ ପରିଶୋଧ କରି ନ ଥିଲେ। ଏପରି କି ଫୋନ୍‌ ନମ୍ବର ବଦଳାଇ ଆଉ ଧରାଛୁଆଁ ଦେଇ ନ ଥିଲେ। ଚନ୍ଦ୍ରଶେଖରପୁର ଥାନା ଏମ୍‌ଆଇଜି କଲୋନୀରେ ରହୁଥିବା ସାବିତ୍ରୀ ସାମନ୍ତରାୟଙ୍କଠାରୁ ଅଞ୍ଜନା ୩ ଲକ୍ଷ ଟଙ୍କା ଧାର ନେଇ ଆଉ ଫେରାଇ ନ ଥିଲେ। ଶନିବାର ଟଙ୍କା ଦେଇଥିବା ମହିଳାମାନେ ଏକାଠି ହେବା ସହ ସାବିତ୍ରୀ ସାମନ୍ତରାୟ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୩୬୨/୧୯ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଗିରଫ ଅଞ୍ଜନାଙ୍କ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri