Posted inଖେଳ

୨୨ତମ ରାଜ୍ୟ ବଧିର ଚେସ୍‌ ନିପୁନ, ପ୍ରତିମା, ରାଜେଶଙ୍କୁ ଟାଇଟଲ୍‌

କଟକ ଅଫିସ, ୨୪।୧୨- ଜିଲା ବଧିର ସଂଘ ଆନୁକୂଲ୍ୟରେ ସ୍ଥାନୀୟ ଦେଉଳସାହିସ୍ଥିତ ମୋନାଲିସା ପ୍ୟାଲେସଠାରେ ଚାଲିଥିବା ୨୨ତମ ରାଜ୍ୟ ବଧିର ଚେସ୍‌ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଏଥିରେ ପୁରୁଷ ବିଭାଗରେ ଏସ୍‌ଆର୍‌ ଚେସ୍‌ ସେଣ୍ଟରର ନିପୁନ ଆଦିତ୍ୟ ମହାନ୍ତି, ମହିଳା ବିଭାଗରେ କଟକର ପ୍ରତିମା ଦଳାଇ, ଜୁନିୟର ବିଭାଗରେ ରାଜେଶ ଲେଙ୍କା ଚାମ୍ପିୟନ ହୋଇଛନ୍ତି। ରାଜ୍ୟ ବଧିର କ୍ରୀଡ଼ା ପରିଷଦ ଦ୍ୱାରା ସ୍ବୀକୃତିପ୍ରାପ୍ତ ଉକ୍ତ ପ୍ରତିଯୋଗିତା ୫ ରାଉଣ୍ଡ ବିଶିଷ୍ଟ ହୋଇଥିଲା। ଏଥିରେ ଖୋର୍ଦ୍ଧାକୁ ଦଳଗତ ଚାମ୍ପିୟନ ଘୋଷଣା କରାଯାଇଛି।
ବର୍ଗରେ ନିପୁନ ଆଦିତ୍ୟ ମହାନ୍ତି ପ୍ରଥମ, ସୁଶାନ୍ତ କୁମାର ସାହୁ ଦ୍ୱିତୀୟ ହୋଇଥିବାବେଳେ ବାବୁଲା କୁମାର ପଟେଲ, ମନୋରଞ୍ଜନ ପାଣିଗ୍ରାହୀ ଓ ସୁଶାନ୍ତ ବେହେରା ୪ ପଏଣ୍ଟ ଲେଖାଏ ପାଇଁ ମିଳିତ ୩ୟ ସ୍ଥାନରେ ରହିଥିଲେ। ମହିଳା ବର୍ଗରେ ପ୍ରଥମ ହୋଇଥିଲେ ପ୍ରତିମା ଦଳାଇ। ମାଳତୀ ସିଂ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ଜୁନିୟର ବର୍ଗରେ ରାଜେଶ ଲେଙ୍କା ଓ ରିଙ୍କୁ ସାହୁ ପ୍ରଥମ ଦୁଇଟି ସ୍ଥାନରେ ରହିଥିଲେ। ଉପରୋକ୍ତ ପ୍ରତିଯୋଗୀ ଆସନ୍ତା ଜାନୁୟାରୀ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ କର୍ନାଟକର ମହିଶୂରଠାରେ ହେବାକୁ ଥିବା ୨୨ତମ ଜାତୀୟ ବଧିର ଚେସ୍‌ରେ ଓଡ଼ିଶାରୁ ପ୍ରତିନିଧିତ୍ୱ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ରାଜ୍ୟ ବଧିର କ୍ରୀଡ଼ା ପରିଷଦର ସାଙ୍ଗଠନିକ ସମ୍ପାଦକ ନିରଞ୍ଜନ ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନ ଉତ୍ସବରେ ମୋନାଲିସା ପାଲେସର ମୁଖ୍ୟ ସନ୍ତୋଷ ସାହୁ ଯୋଗ ଦେଇଥିଲେ। ପୁରସ୍କାର ବିତରଣ ଉତ୍ସବରେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଏନ୍‌.କେ. ମହାନ୍ତି ମୁଖ୍ୟ ଅତିଥି, ସମ୍ମାନିତ ଅତିଥି ଭାବେ ଏସ୍‌.ଆର୍‌. ଚେସ୍‌ ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ, ବଧିର ସଂଘ ସଭାପତି ଅସିତ ମିଶ୍ର, ସାଙ୍ଗଠନିକ ସମ୍ପାଦକ ଜିତେନ୍ଦ୍ର ନନ୍ଦ, ଉପସଭାପତି ଏସ୍‌.ଏନ୍‌. ବହିଦାର, ସମୀର ନାୟକ, ପି.କେ. ମହାପାତ୍ର, ଏମ୍‌.ଆର୍‌. ସାମଲ ଓ ଚେସ୍‌ କୋଚ ଅବିନାଶ ଦାସ ଯୋଗଦେଇଥିଲେ। ପ୍ରତିଯୋଗିତାକୁ ଏସ୍‌.ଆର୍‌. ଚେସ ସେଣ୍ଟର ପକ୍ଷରୁ ସହଯୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri