୨୨ରେ ଜିଲାପାଳ ଅଫିସ ଘେରିବ କଂଗ୍ରେସ

ଯାଜପୁର ଟାଉନ,୨୧।୧୧(ଡି.ଏନ.ଏ.): ଜିଲା କଂଗ୍ରେସ ପକ୍ଷରୁ ଆସନ୍ତା ୨୨ତାରିଖ ଜିଲାପାଳଙ୍କ ଅଫିସ ଘେରାଉ କରାଯାଇ ଗଣଧାରଣା ଦିଆଯିବ ବୋଲି ଜିଲା କଂଗ୍ରେସ ସଭାପତି ମନୋଜ କୁମାର ରାଉତ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି। କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ସରକାର ବିଭିନ୍ନ କ୍ଷେତ୍ରରେ ବିଫଳ ହୋଇଛନ୍ତି ା ଦେଶରେ ଚରମ ଅର୍ଥନୈତିକ ମାନ୍ଦାବସ୍ଥା ସୃଷ୍ଟି ହେବା ସହିତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଆକାଶଛୁଆଁ ମୂଲ୍ୟବୃଦ୍ଧି, ସରକାରୀ ଓ ବେସରକାରୀ କ୍ଷେତ୍ରରେ ନିଯୁକ୍ତି କାଟ ମଧ୍ୟ ବଢିଛି। ଦୀର୍ଘଦିନ ହେଲା ଏହି ସମସ୍ୟା ଜାରି ରହିଥିବାବେଳେ ଏନ୍‌ଡିଏ ସରକାର ଏହାକୁ ନିୟନ୍ତ୍ରଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଏଥିନେଇ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ସଭାପତି ରାଉତଙ୍କ ଅଧ୍ୟକ୍ଷତାକ୍ରମେ ଏହି ବୈଠକରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପର୍ଯ୍ୟବେକ୍ଷକ ଭାବେ ଜ୍ଞାନଦେବ ବେହୁରା ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ବିପୁଳ ସଫଳ କରିବା ପାଇଁ ଉପସ୍ଥିତ ବରିଷ୍ଠ କଂଗ୍ରେସ ନେତା, ସଂଗଠକ ଓ ନିର୍ବାଚନ ମଣ୍ଡଳୀଗୁଡ଼ିକରେ ପ୍ରାର୍ଥୀ ହୋଇଥିବା ନେତୃବୃନ୍ଦଙ୍କୁ ଆହ୍ବାନ ଦେଇଥିଲେ। ଗତ ସାଧାରଣ ନିର୍ବାଚନରେ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିବା ମାନସ ଜେନା, ଯାଜପୁର ବିଧାନସଭା ଆସନର ପ୍ରାର୍ଥୀ ସନ୍ତୋଷ କୁମାର ନନ୍ଦ, କୋରେଇର ବନ୍ଦିତା ପରିଡା, ବିଞ୍ଝାରପୁରର ମନୋରଞ୍ଜନ ଦାସ, ବଡଚଣାର ଅଜୟ ସାମଲ, ବରୀର ଉମେଶ ଜେନା, ଜିଲା କାର୍ଯ୍ୟକାରୀ ସଭାପତି ବିଷ୍ଣୁଚରଣ ରାଉତ ଓ ବଳଭଦ୍ର ଦାସ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri