୨୨ରେ ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସ ନେତା: ତାରା କହିଲେ ‘ପିସିସି ସଭାପତି ପରିବର୍ତ୍ତନ ନ କରିବାକୁ କହିବୁ’

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ କଂଗ୍ରେସର ସମସ୍ତ ନେତାଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ଆସନ୍ତା ୨୨ରେ ନେତାମାନେ ଦିଲ୍ଲୀ ଯିବେ। ଦଳର ହାଇକମାଣ୍ଡଙ୍କ ପାଖରୁ ଏହି ଡାକରା ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ହାଇକମାଣ୍ଡଙ୍କ ସହ ଆଲୋଚନା ବେଳେ ପିସିସି ସଭାପତି ପରିବର୍ତ୍ତନ ନ କରିବାକୁ କହିବୁ। ଆଗକୁ ପୌର ନିର୍ବାଚନ ଅଛି। ଏଣୁ ଏବେ ନିରଞ୍ଜନ ପଟ୍ଟନାୟକଙ୍କୁ ନହଟାଇବାକୁ କହିବୁ। ତୃଣମୂଳସ୍ତରରେ କର୍ମୀମାନେ ଏକାଠି ଅଛନ୍ତି, ଉପରେ ନେତା ବିଭାଜିତ। ନିର୍ବାଚନ ବେଳେ ନିରଞ୍ଜନ କର୍ମୀଙ୍କୁ ଏକାଠି କରିବାରେ ସମୟ ଦେଇଛନ୍ତି। ତେଣୁ ଶରତ, ଜୟଦେବ ଓ ନିରଞ୍ଜନ ଏକାଠି ହେଲେ ଦଳ ସୁଦୃଢ଼ ହେବ ବୋଲି ତାରା କହିଛନ୍ତି।

ପ୍ରକାଶଯୋଗ୍ୟ, ଦିଲ୍ଲୀ ଗସ୍ତ କାଳରେ କଂଗ୍ରେସର ଏକ ବଡ଼ ବୈଠକ ବସିବ। ଏଥିରେ ଏଆଇସିସି ଅଧ୍ୟକ୍ଷ ଚୟନ ଓ ସାଙ୍ଗଠନିକସ୍ତରରେ ବଡ଼ ଧରଣର ଅଦଳବଦଳ ହେବା ନେଇ ଆଲୋଚନା ହେବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri